www.samajalive.in
Sunday, December 14, 2025
19.1 C
Bhubaneswar

ରୋଜଗାର ମେଳାରେ ୫୧ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ୫୧ହଜାରରୁ ଅଧିକ ନବନିଯୁକ୍ତମାନଙ୍କୁ  ଆଭାସୀ ମାଧ୍ୟମରେ ନିଯୁକ୍ତିପତ୍ର ବଣ୍ଟନ କରିବେ । ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେଉଛି। ଏହି ନିଯୁକ୍ତି  ସରକାରଙ୍କ ବିଭିନ୍ନ ବିଭାଗରେ ହେଉଥିବାବେଳେ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ମଧ୍ୟ ଏହି ପଦକ୍ଷେପରେ ସହାୟତା କରୁଛନ୍ତି। ଏହି ନବନିଯୁକ୍ତ ଗଣ ଦେଶବ୍ୟାପୀ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବେ। ସେଗୁଡିକ ମଧ୍ୟରେ ରେଳ ମନ୍ତ୍ରଣାଳୟ, ଡାକବିଭାଗ, ଗୃହ ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗଣଶିକ୍ଷା ବିଭାଗ ଓ ସାକ୍ଷରତା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ଅନ୍ତର୍ଭୁକ୍ତ।

ନିଯୁକ୍ତି ସୁଯୋଗକୁ ଅଗ୍ରାଧିକାର ଦେଇଥିବା ପ୍ରଧାନମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତାକୁ ସାକାର କରିବା ପାଇଁ ରୋଜଗାର ମେଳା ଏକ ପଦକ୍ଷେପ । ଆଗକୁ ରୋଜଗାର ସୃଷ୍ଟି ନିମନ୍ତେ ରୋଜଗାର ମେଳା ଏକ ଉତ୍‌ପ୍ରେରକ  ଭାବେ କାର୍ଯ୍ୟ କରିବା ସହ ଯୁବଗୋଷ୍ଠୀକୁ ସଶକ୍ତ କରିବ ଓ ଜାତୀୟ ବିକାଶରେ ସାମିଲ କରିବା ପାଇଁ ମଧ୍ୟ ସୁଯୋଗ ଦେବ।

- Advertisement -

ନବନିଯୁକ୍ତଗଣ ମଧ୍ୟ ଅନଲାଇନ୍ ମୋଡୁଲ କର୍ମଯୋଗୀ ପ୍ରାରମ୍ଭ ଜରିଆରେ ନିଯୁ୍‌କ୍ତି ତାଲିମ ପ୍ରାପ୍ତ କରିପାରିବେ। iGOT କର୍ମଯୋଗୀ ପୋର୍ଟାଲ ଜରିଆରେ ୭୫୦ରୁ ଊର୍ଦ୍ଧ୍ୱ ଇ-ଶୈକ୍ଷିକ ପାଠ୍ୟକ୍ରମ ଉପଲବ୍ଧ ହେଉଛି ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories