www.samajalive.in
Sunday, December 14, 2025
15.1 C
Bhubaneswar

ରେଳବାଇ ପକ୍ଷରୁ ସହାୟତା ଘୋଷଣା

ଭୁବନେଶ୍ବର :   ଆନ୍ଧ୍ର ପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣାରେ ମୃତାହତଙ୍କ ନେଇ ରେଳବାଇ ପକ୍ଷରୁ ସହାୟତା ଘୋଷଣା କରାଯାଇଛି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି।

ରେଳ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୧୦ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ଗୁରୁତର ଆହତଙ୍କ ପାଇଁ  ଅଢେଇ ଲକ୍ଷ ଏବଂ ସାମନ୍ୟ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି। ଘଟଣାସ୍ଥଳରେ ହିଁ ନଗଦ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।

- Advertisement -

ଅନ୍ୟ ପକ୍ଷରେ ସମସ୍ତ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

ଆନ୍ଧ୍ରପ୍ରଦେଶ ସରକାର ଏବଂ ରେଳବାଇର ବିଭିନ୍ନ ଦଳ ନିଜ ମଧ୍ୟରେ ସମନ୍ୱୟ ରକ୍ଷାକରି ଉଦ୍ଧାର କାର୍ଯ୍ୟ କରୁଛନ୍ତି । ଏହି ରୁଟରେ ୧୨ଟି ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି । ୧୫ଟିର ଗତିପଥ ପରିବର୍ତ୍ତନ କରାଯାଇଛି । ଦୁର୍ଘଟଣାସ୍ଥଳରେ ଫସି ରହିଥିବା ଯାତ୍ରୀଙ୍କୁ ଶ୍ରୀକାକୁଲମ୍ ଓ ବିଜୟନଗରମରେ ପହଞ୍ଚାଇବା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ବସର ବ୍ୟବସ୍ଥା କରାଯାଇଛି। ରେଳବାଇ ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ଖାଦ୍ୟ ଓ ପାନୀୟର ମଧ୍ୟ ବନ୍ଦୋବସ୍ତ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories