www.samajalive.in
Sunday, December 14, 2025
14.1 C
Bhubaneswar

ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତିରେ ଗଞ୍ଜାମ ବ୍ଲକ ପୁରସ୍କୃତ

ଗଞ୍ଜାମ : ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି କ୍ଷେତ୍ରରେ ଗଞ୍ଜାମ ବ୍ଲକ ରାଜ୍ୟସ୍ତରରେ ଦ୍ୱିତୀୟ ପୁରସ୍କାର ଅର୍ଜନ କରିଛି।
ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ବିଡ଼ିଓ ବସନ୍ତ ମଲିକ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହାକୁ ନେଇ ବ୍ଲକରେ ଖୁସିର ଲହରୀ ଖେଳିଯାଇଛି।
ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜସ୍ୱ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଭାପତି ସୁଦାମ ମାରାଣ୍ଡି, ଓଡ଼ିଶା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଓଡ଼ିଶା ରାଜସ୍ୱ ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅଗସ୍ତେ ଟାନୋ କୌଆମେ ,ଓସଡ଼ମା ପରିଚାଳନା ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ଦାଶ, ଓସଡ଼ମା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ସସ୍ମିତା ବେହେରା ପ୍ରମୁଖ ସମ୍ମାନିତ ଅତିଥି ମାନଙ୍କ ଗହଣରେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଓ ବିଡ଼ିଓଙ୍କୁ ସମ୍ମାନିତ କରାଯାଇଥିଲା। ପୁରସ୍କାର ଗ୍ରହଣ କରିବା ପରେ ଅଧ୍ୟକ୍ଷା ଓ ବ୍ଲକ ପ୍ରଶାସନକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories