www.samajalive.in
Sunday, December 7, 2025
26.1 C
Bhubaneswar

ଘର ପାଖରେ ଖେଳୁଥିବାବେଳେ ୮ ବର୍ଷର ପୁଅକୁ ଝାମ୍ପି ନେଲା କଲରାପତରିଆ ବାଘ

ନୂଆପଡ଼ା: ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗାଁ ଗୋଧସପଡ଼ାରେ ଏକ କଲରାପତରିଆ ବାଘ ଜଣେ ୮ ବର୍ଷର ପୁଅକୁ ଝାମ୍ପି ନେଇଥିବା ଜଣାପଡ଼ିଛି। ଘର ପାଖରେ ଖେଳୁଥିବାବେଳେ ନାବାଳକକୁ କଲରାପତରିଆ ବାଘ ଝାମ୍ପି ନେଇ ନିକଟସ୍ଥ ଜଙ୍ଗଲକୁ ଚାଲି ଯାଇଥିଲା। ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗାଁ ଗୋଧସପଡ଼ାରେ ଏହି ଅଘଟଣ ଘଟିଛି।

ଖବର ପାଇ ବନ ବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବନ ବିଭାଗ କର୍ମଚାରୀମାନେ ବାଘ ପାଦକୁ ଅନୁସରଣ କରି ନିକଟସ୍ଥ ଜଙ୍ଗଲରେ ଖୋଜାଖୋଜି କରିଥିଲେ। ଜଙ୍ଗଲର ଏକ ସ୍ଥାନରୁ କ୍ଷତବିକ୍ଷତ ଅବସ୍ଥାରେ ନାବାଳକର ମୃତଦେହକୁ ବନବିଭାଗ କର୍ମଚାରୀ ଉଦ୍ଧାର କରିଥିଲେ। ଏହି ଘଟଣାକୁ ନେଇ ଗାଁରେ ଚାପା ଉତ୍ତେଜନା ଦେଖା ଦେଇଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories