www.samajalive.in
Saturday, December 13, 2025
14.1 C
Bhubaneswar

ସାମାଜିକ ପ୍ରଗତିରେ ଦୁର୍ନୀତି ପ୍ରତିବନ୍ଧକ

ନବରଙ୍ଗପୁର : ଦେଶର ଆର୍ଥିକ, ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠାରୁ ବଡ ପ୍ରତିବନ୍ଧକ। ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ସମସ୍ତ ଅଂଶୀଦାର ଯଥା ସରକାର, ନାଗରିକ ସମୁଦାୟ ତଥା ଘରୋଇ କ୍ଷେତ୍ର ଏକତ୍ର ହୋଇ କାର୍ଯ୍ୟକରିବା ଆବଶ୍ୟକ। ସେଥିପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ବଚ୍ଛ ଓ ଦୁର୍ନୀତି ମୁକ୍ତ ରାଷ୍ଟ୍ର ଗଠନ ପାଇଁ ଦୁର୍ନୀତି ନିବାରଣ ସପ୍ତାହ-୨୦୨୩ ଅକ୍ଟୋବର ୩୦ ତାରିଖରୁ ନଭେମ୍ବର ୦୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି।

ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭାସି ମାଧ୍ୟମରେ ରାଜ୍ୟର ସମସ୍ତ କର୍ମଚାରୀ, ନାଗରିକଙ୍କ ପାଇଁ ସାଧୁତାର ଶପଥ ପାଠ କରାଇଥିଲେ। ନବରଙ୍ଗପୁର ଜିଲା ଓ ସମସ୍ତ ବ୍ଲକ ପ୍ରଶାସନ ତରଫରୁ ସ୍ଵତନ୍ତ୍ର ଭାବରେ ଏହି ଆଭାସି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନାଗରିକଙ୍କ ପାଇଁ ସାଧୁତାର ଶପଥ ପାଠ ନେଇଥିଲେ। ଜିଲା ପ୍ରଶାସନ ତରଫରୁ ଜିଲା ପାଳଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପାଳ ଡଃ. କମଳ ଲୋଚନ ମିଶ୍ର, ଆରକ୍ଷୀ ଅଧୀକ୍ଷକ ଏସ.ସୁଶ୍ରୀ, ଅତିରିକ୍ତ ଜିଲାପାଳ ମହେଶ୍ଵର ଚନ୍ଦ୍ର ନାୟକ, ସହକାରୀ ଜିଲାପାଳ ପି. ମନସ୍ମିତା, ଜିଲା ମଙ୍ଗଳ ଅଧିକାରୀ ପାଲାକା ରବିନ୍ଦ୍ର, ଡି ଆଇ ଓ, ବିଶ୍ୱରଞ୍ଜନ ଭୁକ୍ତା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ,ସହକାରୀ ଜିଲାପାଳ ଆଶୁତୋଷ ପାତ୍ର, ଜିଲା କ୍ରୀଡା ଅଧିକାରୀ ବିନାୟକ ଖାଡାଙ୍ଗା,ରାଜ୍ୟ ଅମଲା ସଂଘ ର ସଭାପତି ବାଲାଜୀ ସାହୁ, ଜିଲା ପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ, କର୍ମଚାରୀ ପ୍ରମୁଖ ଯୋଗଦେଇ ସାଧୁତାର ଶପଥ ପାଠ ନେଇଥିଲେ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories