www.samajalive.in
Sunday, December 7, 2025
26.1 C
Bhubaneswar

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଆଇକ୍ୟୁଏସି ବୈଠକ

ଗୋପାଳପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅନ୍ତ ଗୁଣବତ୍ତା ମାନ ନିର୍ଦ୍ଧାରଣ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରତ୍ୟେକ ବର୍ଷ ବାର୍ଷିକ ରିପୋର୍ଟ ଦେବା ପାଇଁ ଆଲୋଚନା ହୋଇଥିଲା। ଏହି ବୈଠକରେ ଶିକ୍ଷଣିୟ ବ୍ୟବସ୍ଥାର ଉନ୍ନତି କରଣ, ନାକ ମାନ୍ୟତା ପାଇଁ ଆବଶ୍ୟକ କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀଙ୍କ ଉପସ୍ଥିତି ଓ ପ୍ରସ୍ତାନ ବ୍ୟବସ୍ଥାରେ ଉନ୍ନତି କରଣ, ପରୀକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ନବୀକରଣ,ଛାତ୍ର, ଛାତ୍ରୀଙ୍କ ପାଠ୍ୟକ୍ରମରେ ବିଭିନ୍ନ ସୁବିଧା, ଅଧ୍ୟାପକ, ଅଧ୍ୟାପିକା, ଗବେଷକ, ଗବେଷିକାଙ୍କ ସନ୍ଧର୍ଭ ବୃଦ୍ଧି, ଏନ ଏସ ଏସ ଦ୍ୱାରା ବିଭିନ୍ନ ଗ୍ରାମରେ ବିଭିନ୍ନ କାର୍ଯ୍ୟକ୍ରମ, ୟୁଜିସି ଅନୁଦାନ ପ୍ରକଳ୍ପର ବୃଦ୍ଧି, ଆଲୁମିନିରେ ପୁରାତନ ଛାତ୍ର ଛାତ୍ରୀଙ୍କୁ ସାମିଲ କରିବା, କ୍ୟାମ୍ପସର ସୋନ୍ଦର୍ଯ୍ୟ କରଣ ଉପରେ ଆଲୋଚନା ହୋଇଥିଲା l ନଭେମ୍ବର ୩୦ ସୁଦ୍ଧା ବାର୍ଷିକ ରିପୋର୍ଟ ପ୍ରଦାନ କରିବାକୁ କୁହାଯାଇଥିଲା। ଏଥିରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ, ପିଜି କାଉନସିଲ ଅଧକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ, ସିଡିସି ନିର୍ଦ୍ଦେଶକ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀ, ଆଇକ୍ୟୁଏସି ଯୁଗ୍ମ ନିର୍ଦ୍ଦେଶକ ଡ଼. ଲକ୍ଷ୍ମୀଧର ରାଉତଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories