www.samajalive.in
Monday, December 8, 2025
20.1 C
Bhubaneswar

ଚନ୍ଦ୍ରବାବୁ ନାଇଡୁ ଆଶ୍ବସ୍ତ! ୫୨ ଦିନ ପରେ ମିଳିଲା ଜାମିନ

ହାଇଦରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ଦକ୍ଷତା ବିକାଶ ଦୁର୍ନୀତି ମାମଲାରେ ଆନ୍ଧ୍ର ହାଇକୋର୍ଟ ତାଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ୫୨ ଦିନ ଧରି ଜେଲ୍‌ରେ ଥିବା ଚନ୍ଦ୍ରବାବୁ ନାଇଡୁଙ୍କୁ ସ୍ୱାସ୍ଥ୍ୟଗତ ସମସ୍ୟା ଆଧାରରେ ମଙ୍ଗଳବାର ଜାମିନ ମିଳିଛି। ତେବେ ତାଙ୍କୁ ଅନେକ ସର୍ତ୍ତ ଆଧାରରେ ଏହି ଜାମିନ ପ୍ରଦାନ କରାଯାଇଛି। ୨୪ ନଭେମ୍ବରରେ ନାଇଡୁଙ୍କୁ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନଭେମ୍ବର ୧୦ରେ ମୁଖ୍ୟ ଜାମିନ ଆବେଦନ ଉପରେ ଶୁଣାଣି ହେବ। ଡାକ୍ତରଖାନା ଯିବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମରେ ଅଂଶଗ୍ରହଣ ନକରିବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମ ଏବଂ ରାଜନୈତିକ କାର୍ଯ୍ୟକଳାପରେ ମଧ୍ୟ ଭାଗ ନ ନେବାକୁ ଚନ୍ଦ୍ରବାବୁ ନାଇଡୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ସୂଚନାଯୋଗ୍ୟ ଯେ, ୩୭୧ କୋଟି ଟଙ୍କାର ଦକ୍ଷତା ବିକାଶ ଦୁର୍ନୀତି ମାମଲାରେ ଚନ୍ଦ୍ରବାବୁ ନାଇଡୁଙ୍କୁ ସେପ୍ଟେମ୍ବର ୯ରେ ଗିରଫ କରାଯାଇଥିଲା। ରାଜ୍ୟ ସିଆଇଡି ସେପ୍ଟେମ୍ବର ୯ ତାରିଖ ସକାଳ ପ୍ରାୟ ୬ଟା ସମୟରେ ଜ୍ଞାନପୁରମରେ ଏକ ବସ୍‌ରେ ଶୋଇଥିବା ବେଳେ ତାଙ୍କୁ ଗିରଫ କରିଥିଲା।

- Advertisement -

 

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories