www.samajalive.in
Monday, December 15, 2025
27.1 C
Bhubaneswar

ସୂଚନା ଓ ଲୋକସଂପର୍କ ବିଭାଗରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ

ଭୁବନେଶ୍ୱର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି। ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟ ଦେଶର ଏକତା ଅକ୍ଷୁଣ୍ଣ ରଖିବାରେ ସହାୟକ ହୋଇଥିଲା। ପ୍ରତ୍ୟେକ ନାଗରିକ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବାର ଆବଶ୍ୟକତା ରହିଛି ବୋଲି ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ।

ଶପଥ ପାଠ ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରୁବୀର୍‌ ସିଂହ, ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତି ସାମନ୍ତରାୟ, ଉପନିର୍ଦ୍ଦେଶକ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶନୀଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠରେ ଅଂଶଗ୍ରହଣ କରିଥିଲେ।

- Advertisement -

 

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories