www.samajalive.in
Friday, December 12, 2025
17.1 C
Bhubaneswar

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ଚିତ୍ରାଙ୍କନ ପ୍ରତିଯୋଗିତା

ବୌଦ୍ଧ: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଜିଲା ପାଠାଗାର ଠାରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା, ସଚେତନତା ସଭା ଓ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦୁର୍ନିତୀ ନିବାରଣ ବିଭାଗର ମିଳିତ ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଭିଜିଲାନସ ଉପ-ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର କହଁର, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ଯୋଗ ଦେଵା ସହ ସମାଜରେ ବ୍ୟାପିଥିବା ଦୁର୍ନୀତି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବା ଏବଂ ଏହାର ମୁଳୋତ୍ପାଟନ କିପରି ହେବ ସେ ନେଇ ଚିନ୍ତା ବ୍ୟକ୍ତ କରିଥିଲେ। ସାଧାରଣ ଲୋକେ କିଭଳି ଦୁର୍ନୀତି ବିରୁଦ୍ଧରେ ସଚେତନ ହେବେ ତାହା ଥିଲା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ଏହି କାର୍ଯ୍ୟକ୍ରମରେ ଦୁର୍ନୀତି ନିବାରଣ ବୌଦ୍ଧ ସାଖା ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ପାଠାଗାରର ପାଠକପାଠିକା, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ ଏବଂ ନାଗରିକ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories