www.samajalive.in
Saturday, December 13, 2025
27.1 C
Bhubaneswar

ସରକାରୀ ଅର୍ଥ ହଡ଼ପ ଅଭିଯୋଗ, ପୂର୍ବତନ ମାର୍କଫେଡ ଆଞ୍ଚଳିକ ମ୍ୟାନେଜରଙ୍କୁ ତିନି ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅର୍ଥ ହଡପ ଅଭିଯୋଗରେ ବୌଦ୍ଧ ଜିଲ୍ଲାର ତତ୍କାଳୀନ ମାର୍କଫେଡ ଏରିଆ ମ୍ୟାନେଜର ଭୂବନ ମୋହନ ଦାଶଙ୍କୁ ଫୁଲବାଣୀ ଭିଜିଲାନ୍ସ ଅଦାଲତ ତିନି ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତ ଶ୍ରୀ ଦାଶ ୨୦୦୭ ମସିହାରେ ବୌଦ୍ଧଠାରେ ମାର୍କଫେଡର ଆଞ୍ଚଳିକ ମ୍ୟାନେଜର ଦାୟିତ୍ବରେ ଥିବା ବେଳେ ତାଙ୍କ ବିରୋଧରେ ତିଳା ଓ ହଳଦୀ ବିହନ କିଣାରେ ୯ ଲକ୍ଷ ୬୬ ହଜାର ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ତାଙ୍କ ବିରୋଧରେ ଭିଜିଲାନ୍ସ ବିଭାଗ ପକ୍ଷରୁ ୩୦/ ୨୦୦୭ରେ ଏକ ମାମଲା ରୁଜ୍ଜୁ କରାଯାଇଥିଲା। ପରେ ୨୦୦୮ ମସିହାରେ ସେ କାର୍ୟ୍ୟରୁ ବହିଷ୍କୃତ ହୋଇଥିଲେ। ତେବେ ଅଭିଯୁକ୍ତ ଦାଶ ଅଦାଲତରେ ହାଜର ନ ହେବାରୁ ତାଙ୍କ ବିରୋଧରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏକ ଜାମିନ ବିହୀନ ଓ୍ବାରେଣ୍ଟ ଜାରୀ କରିବା ପରେ ତାଙ୍କୁ ଧରିବା ପାଇଁ ଭିଜିଲାନ୍ସ ବିଭାଗ ଯୋଜନା ପ୍ରସ୍ତୁତ କରି ଏକ ସ୍ବତନ୍ତ୍ର ଟିମ ଗଠନ କରିଥିଲା। ଅଭିଯୁକ୍ତ ବାରମ୍ବାର ନିଜର ସ୍ଥାନ ସହ ମୋବାଇଲ ନମ୍ବର ପରିବର୍ତ୍ତନ କରି ଚାଲିଥିଲେ। ଭିଜିଲାନ୍ସ ପକ୍ଷରୁ ନଜର ରଖାଯିବା ସହ ମୋବାଇଲ ନମ୍ବର ଟ୍ରାକିଙ୍ଗ କରାଯାଇ ସେ ଭୂବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଥିବା ଜଣା ପଡିବା ପରେ ଗତ ମାସ ୧୭ ତାରିଖରେ ଚଢାଉ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା। ଆଜି ମାମଲାର ଶୁଣାଣୀ କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତର ବିଚାରପତି ସମର ବିଳାସ ବେହେରା ଉପରୋକ୍ତ ରାୟ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ। ଅଭିଯୁକ୍ତଙ୍କ ବିରୋଧରେ ଅନ୍ୟାନ୍ୟ ମାମଲା ମଧ୍ୟ ବିଚାରାଧୀନ ରହିଥିବା କହିଛନ୍ତି ସରକାରୀ ଅଧିବକ୍ତା ଶ୍ରୀ ରାମଦାସ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories