www.samajalive.in
Sunday, December 14, 2025
15.1 C
Bhubaneswar

ଆଜିଠାରୁ ପାଞ୍ଚ ଦିନ ବର୍ଷା

ଭୁବନେଶ୍ବର: ପହିଲାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅକ୍ଟୋବର ମାସରେ ରାଜ୍ୟରେ ୭୫.୫ମି.ମି. ବର୍ଷା ହୋଇଥିବାବେଳେ ଏହା ୩୩% ନିଅଣ୍ଟିଆ ବୋଲି ଜଣାପଡ଼ିଛି। ବର୍ଷା ଅଭାବରୁ ରାଜ୍ୟରେ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଅନେକ ସ୍ଥାନରେ ଧାନ ବିଲ ଶୁଖିଲା ପଡ଼ିଛି। ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ସୁବର୍ଣ୍ଣପୁର, ସୁନ୍ଦରଗଡ଼, ବୌଦ୍ଧ, ଝାରସୁଗୁଡ଼ା ଏବଂ ସମ୍ବଲପୁରରେ ଅଧିକ ବର୍ଷା ହୋଇଛି।

ଆଜିଠାରୁ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଦକ୍ଷିଣ ଉପକୂୂଳ, ରାୟଗଡ଼ା, କୋରାପୁଟ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ନଭେମ୍ବର ୫ ଯାଏଁ ବର୍ଷା ଜାରି ରହିବ। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇପାରେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories