www.samajalive.in
Monday, December 8, 2025
27.1 C
Bhubaneswar

ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦ୍‌ଘାଟିତ

ଭୁବନେଶ୍ବର: କଳାହାଣ୍ଡି ପାଇଲା ନୂଆ ମେଡିକାଲ କଲେଜ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟା ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ରହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ । ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ଏହି ମେଡିକାଲ କଲେଜ ଓ ହସ୍ପିଟାଲର ନାମ କଳାହାଣ୍ଡି ଜିଲାର ମହାନ ସ୍ଵାଧୀନତା ସଂଗ୍ରାମୀ ଶହୀଦ ରେଣ୍ଡୋ ମାଝୀଙ୍କ ନାଁରେ ରଖାଯାଇଛି। ଆଜିର ଉଦଘାଟନୀ ଉତ୍ସବରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।

- Advertisement -

ସୂଚନାଯୋଗ୍ୟ, ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପାଠପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି। ଏହା ବର୍ତ୍ତମାନ ନିର୍ମଣାଧୀନ।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories