www.samajalive.in
Monday, December 8, 2025
27.1 C
Bhubaneswar

ନ୍ୟୁଜିଲାଣ୍ଡ ପାଇଁ ୩୫୮ରନର ବିଜୟ ଲକ୍ଷ୍ୟ

ଡେସ୍କ :  ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଆଇସିସି କ୍ରିକେଟ ବିଶ୍ବକପର ଆଜିର ମ୍ୟାଚରେ ନ୍ୟୁଜିଲାଣ୍ଡ ପାଇଁ ଦକ୍ଷିଣ ଆଫ୍ରିକା ୩୫୮ରନର ବିଜୟ ଲକ୍ଷ୍ୟ ରଖିଛି । ଟସ୍ ଜିତି ନ୍ୟୁଜିଲାଣ୍ଡ ଫିଲଡିଂ ପାଇଁ ନିଷ୍ପତ୍ତି ନେଇ ଦକ୍ଷିଣ ଆଫ୍ରିକାକୁ ପ୍ରଥମେ ବ୍ୟାଟିଂ ନିମନ୍ତେ ଆମନ୍ତ୍ରଣ କରିଥିଲା। ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୫୦ ଓଭରରେ ୪ ୱିକେଟ ହରାଇ ୩୫୭ ରନ ସଂଗ୍ରହ କରିଛି । ଡିକକ୍ ଓ ଦୁଶାନଙ୍କ ଶତକ ବଳରେ ଦକ୍ଷିଣ ଆଫ୍ରିକା ଏହି ବିଶାଳ ସ୍କୋର କରିପାରିଛି। ଡିକକ୍ ୧୧୪ ଓ ଦୁଶାନ ୧୩୩ ରନ କରିଛନ୍ତି।

ଦୁଇ ଦଳ ସେମିଫାଇନାଲ ଦୌଡ଼ରେ ରହିଥିବାରୁ ମ୍ୟାଚ ସଂଘର୍ଷପୂର୍ଣ୍ଣ ହେବାର ଆଶା କରାଯାଉଛି। ଦକ୍ଷିଣ ଆଫ୍ରିକା ଚଳିତ ବିଶ୍ବକପରେ ଚମତ୍କାର ପ୍ରଦର୍ଶନ କରୁଛି । ଦଳ ୬ଟି ମ୍ୟାଚରୁ ୫ଟି ବିଜୟ ଓ ଗୋଟିଏ ପରାଜୟ ସହ ୧୦ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ଦ୍ବିତୀୟ ସ୍ଥାନରେ ରହିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories