www.samajalive.in
Saturday, December 13, 2025
21.1 C
Bhubaneswar

କେନ୍ଦ୍ରୀୟ ସଂଚାର ବୁରୋ କେନ୍ଦୁଝର ପକ୍ଷରୁ ଦୁଇ ଦିନିଆ ସଚେତନତା କାର୍ଯ୍ୟକ୍ରମ

ଡେସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକର ଅର୍ଶଳା ଗ୍ରାମ ପଂଚାୟତ ଠାରେ ଏକ ଦୁଇଦିନିଆ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ୯ ବର୍ଷ ସେବା, ସୁଶାସନ ଓ ଗରିବ କଲ୍ୟାଣ ଏବଂ ରାଷ୍ଟ୍ରୀୟ ଏକତା ଦିବସ ଶୀର୍ଷକ ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଝୁମ୍ପୁରା କଲେଜର ଅଧ୍ୟକ୍ଷ କୁଞ୍ଜ ବିହାରୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ମଦନମୋହନ ରାଉଳ, ଡ଼କ୍ଟର ବିମ୍ବାଧର ବେହେରା ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ସ୍ଥାନୀୟ ସରପଞ୍ଚ ହେମଲତା ନାୟକ, ମୈଦାନକେଲ ସରପଞ୍ଚ ଭାଗିରଥି ସିଂ, ନାଏବ ସରପଞ୍ଚ ଶ୍ରୀମତୀ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ଆଜି ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି ଯୋଗଦେଇ କେନ୍ଦ୍ର ସରକାରଙ୍କ ଗତ ୯ ବର୍ଷରେ ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। କାର୍ଯ୍ୟକ୍ରମ ଶେଷରେ କୃତି ପ୍ରତିଯୋଗୀଙ୍କୁ ସମ୍ମାନିତ ଅତିଥିମାନେ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମ କେନ୍ଦୁଝର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ସହକାରୀ ଅଧିକାରୀ ଜୀବନ କୁମାର ସାମନ୍ତସିଂହାର ପରିଚାଳନା କରିଥିଲେ। ସୁନ୍ଦଗଡର ଜିଲ୍ଲା ଲୋକ କଳା ଅନୁସନ୍ଧାନ କେନ୍ଦ୍ରର କଳାକାରମାନେ ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଅର୍ଶଳା ଗ୍ରାମପଞ୍ଚାୟତର ଜନସାଧାରଣ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories