www.samajalive.in
Tuesday, December 9, 2025
16.1 C
Bhubaneswar

ପଛପଟୁ ପିଟିଲା ଇନୋଭା ଦୁଇ ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ୫୭ନଂ ଜାତୀୟ ରାଜପଥ କଖାରୁଫାଳ ନିକଟରେ ବୁଧବାର ଦୁଇଜଣ ଯୁବକଙ୍କୁ ଏକ ଇନୋଭା ପଛପଟୁ ଧକ୍କା ଦେଇଥିଲା। ଏଥିରେ ଉଭୟ ଗୁରୁତର ଆହତ ହୋଇଥିଲେ। ସୂଚନାନୁସାରେ ୫୭ନଂ ଯାତୀୟ ରାଜପଥ କଖାରୁଫାଳ ରାସ୍ତା ଉପରେ ଲୋକାପଡା ଅଂଚଳର କାଶିନାଥ ମାଝି ଏବଂ ସନାତନ ପ୍ରଧାନ ଠିଆ ହୋଇଥିଲେ। ଏହି ସମୟରେ ଭୁବନେଶ୍ୱରରୁ ବଲାଙ୍ଗିର ଯାଉଥିବା ଏକ ଇନୋଭା ଉଭୟଙ୍କୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ କାଶୀନାଥଙ୍କ ଡାହାଣପଟ ଗୋଡ ଭାଙ୍ଗି ଯାଇଥିବା ବେଳେ ସନାତନ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ପ୍ରଥମେ ପୁରୁଣାକଟକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ କାଶିନାଥଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories