www.samajalive.in
Saturday, December 6, 2025
26.1 C
Bhubaneswar

ତିରନ୍ଦାଜ ପ୍ରତିଯୋଗିତା ; କଳାହାଣ୍ଡିକୁ ୨ ସ୍ୱର୍ଣ୍ଣ,୨ରୋପ୍ୟ ଓ୨ କାଂସ୍ୟ ପଦକ

ଲାଞ୍ଜିଗଡ : ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଳକର ଗାୟତ୍ରୀ ସ୍କୁଲ ଖେଳ ପଡ଼ିଆଠାରେ ଅକ୍ଟୋବର ୨୭ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ହୋଇଥିବା ରାଜ୍ୟ ସ୍ତରୀୟ ତିରନ୍ଦାଜ ପ୍ରତିଯୋଗିତାରେ କଳାହାଣ୍ଡି ଜିଲ୍ଲାକୁ ୨ ସ୍ୱର୍ଣ୍ଣ,୨ ରୌପ୍ୟ ଓ ୨ କାଂସ୍ୟ ପଦକ ମିଳିଛି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୪ ଜଣ ତିରନ୍ଦାଜ ପ୍ରତିଯୋଗି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏମାନଙ୍କ ମଧ୍ୟରୁ ବିକ୍ରମ ମାଝୀ ୨ଟି ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାସଲ କରିଥିବା ବେଳେ ଶୀମାଞ୍ଚଳ ମାଝୀ ଗୋଟିଏ ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ହାସଲ କରିଥିଲେ। ସେହିପରି ସଞ୍ଜୟ ମାଝୀ ଗୋଟିଏ କାଂସ୍ୟ ପଦକ ହାସଲ କରି କଳାହାଣ୍ଡି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କୋଚ୍ ଶୀମାଞ୍ଚଜ କାଟ୍ରାକାଙ୍କ ନେତୃତ୍ୱରେ ଏହି ପ୍ରତିଯୋଗୀ ମାନେ ଗସ୍ତ କରିଥିବା ବେଳେ ଟିମ ମ୍ୟାନେଜର ଭାବେ ଗୋମତି ମାଝୀ ରହିଥିଲେ।
ଶୀମାଞ୍ଚଜ ଲାଞ୍ଜିଗଡ ଏସଏସଡି ସ୍କୁଲରେ ବେଦାନ୍ତ ଆଲୁମିନା ଦ୍ବାରା ପରିଚାଳିତ ତିରନ୍ଦାଜ ପ୍ରଶିକ୍ଷଣ ଶିବିରରେ ତାଲିମ ଦାତା ଭାବେ କାର୍ୟ୍ୟ କରୁଛନ୍ତି। ଏହି ଖେଳାଳିମାନେ ରାଜ୍ୟ ସ୍ତରରେ ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଥିବା ବେଳେ ଜିଲ୍ଲା ଆଥଲେଟିକ୍ ଏସୋସିଏସନ୍ ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକ, ବେଦାନ୍ତ ଆଲୁମିନା ସିଇଓ ପ୍ରଣବ କୁମାର ଭଟ୍ଟାଚାର୍ୟ୍ୟ, ଡେପୁଟି ସିଇଓ ଗୋବିନ୍ଦ ଗୋପାଳ ପାଲ, ସିଏସଆର ମୁଖ୍ୟ ବିଭେଦେନ୍ଦୁ ପଣ୍ଡା, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ପାଢ଼ୀ,ଆଇପି ସଞ୍ଜୟ ମିଶ୍ର, ପୂର୍ବତନ ଆଇପି ମହେନ୍ଦ୍ର ପଣ୍ଡା,ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାଏ,ଲାଞ୍ଜିଗଡ ଏସଏସଡି ସ୍କୁଲ ପ୍ରଧାନ ଶିକ୍ଷକ ପାର୍ଥବ ତାଣ୍ଡି ,ବେଦାନ୍ତ ସିଏସଆର ଅଭିନଭ ପ୍ରତାପ,ଶ୍ରୀମୁଖ ଅଗସ୍ତି ତଥା ଏସଏସଡି ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ତଥା ବେଦାନ୍ତ ଲିମିଟେଡ଼ କର୍ମଚାରୀ ମାନେ ଏହି ଖେଳାଳିମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories