www.samajalive.in
Tuesday, December 9, 2025
16.1 C
Bhubaneswar

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ କର୍ମଶାଳା

ଲାଞ୍ଜିଗଡ଼: ବିଶ୍ୱନାଥପୁର ଉ.ପ୍ରା. ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତାରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଓ ତାଲିମ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ତଥା ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା କାର୍ଯ୍ୟକ୍ରମରେ ଯୋଗ ଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ଆଲୋଚନା କରି ସାକ୍ଷରତା କିଟ୍‌ର ବ୍ୟବହାର ଓ ସି.ଆର.ଏ. ପଦ୍ଧତି ଆଧାରରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିଥିଲେ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଯୋଜନାକୁ ସଫଳ କରିବା ପାଇଁ ପର୍ଯ୍ୟାୟକ୍ରମେ ବ୍ଲକର ପାଞ୍ଚ ଗୋଟି ସ୍ଥାନରେ ପ୍ରଧାନ ଶିକ୍ଷକ ଓ ଏଫଏଲଏନ ଶିକ୍ଷକମାନଙ୍କ କର୍ମଶାଳା ଆୟୋଜନ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯୋଜନା କରାଯାଇଛି। ଗୁଣାତ୍ମକ ଶିକ୍ଷାର ଅଭିବୃଦ୍ଧି ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା ଓ ତାଲିମ ପ୍ରତିଷ୍ଠାନର ମିଳିତ ଉଦ୍ୟମକୁ ଶିକ୍ଷକ ମହଲରେ ସ୍ୱାଗତ କରାଯାଇଛି। ଆଜିର ପ୍ରଶିକ୍ଷଣ ଶିବିରରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ରୋଣ ରଣା, ସୁଢ଼ଲଦେବ ମୁଣ୍ଡ ଓ ଭାରତ ଭୂଷଣ ସାହୁ ଯୋଗଦାନ କରି ମାର୍ଗଦର୍ଶନ କରିଥିଲେ। ବ୍ଲକର ମନୋନୀତ ସମସ୍ତ ସାଧନକର୍ମୀ ଓ ସମସ୍ତ ସିଆରସିସି କର୍ମଶାଳାରେ ଅଂଶ ଗ୍ରହଣ କରିଥିଲେ। ସିଆରସିସି ତପନ କୁମାର ଭୋଇ ଅତିଥି ପରିଚୟ ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories