www.samajalive.in
Monday, December 15, 2025
15.1 C
Bhubaneswar

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି। ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ନିଯୁକ୍ତି ଦିଆଯିବା ପାଇଁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛି।

ମିଳିଥିବା ନିଷ୍ପତ୍ତି ଅନୁଯାୟୀ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଛନ୍ତି। ସୁପ୍ରିମ କୋର୍ଟ କଲେଜିୟମ ପକ୍ଷରୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତିଙ୍କ ପଦ ପାଇଁ ନାମ ସୁପାରିସ କରାଯାଇଛି। କଲେଜିୟମ ପକ୍ଷରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପାରିସ କରାଯାଇଛି।

- Advertisement -

ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଂଜୟ କିଶନ କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ବୈଠକରେ ଆଲୋଚନା ପରେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତି ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories