www.samajalive.in
Wednesday, December 10, 2025
16.1 C
Bhubaneswar

‘ସମାଜ’ର ପୂର୍ବତନ ସମ୍ପାଦକ ଶରତ ମିଶ୍ରଙ୍କ ବିୟୋଗରେ ଶୋକ

ଭୁବନେଶ୍ବର :  ‘ସମାଜ’ର ପୂର୍ବତନ ସମ୍ପାଦକ ଶରତ ମିଶ୍ରଙ୍କ ବିୟୋଗରେ ଲୋକସେବକ ମଣ୍ଡଳର ଓଡ଼ିଶା ଶାଖା ଅଧ୍ୟକ୍ଷ ଶ୍ରୀ ନିରଞ୍ଜନ ରଥ ଗଭୀର ଶୋକ ପ୍ରକାଶ କରିଛନ୍ତି । ନିଜ ଶୋକବାର୍ତ୍ତାରେ ସେ କହିଛନ୍ତି ଶରତ ବାବୁ ସୁଚାରୁ ରୂପେ ‘ସମାଜ’ରେ ତାଙ୍କର ସମ୍ପାଦକ କାର୍ଯ୍ୟ ନିର୍ବାହ କରିଥିଲେ। ସେ ଜଣେ ସରଳ ବ୍ୟକ୍ତି ଥିଲେ। ତାଙ୍କ ପରଲୋକରେ ସାମ୍ବାଦିକତା ଜଗତରୁ ଜଣେ ନିଷ୍ଠାପର କର୍ମୀଙ୍କ ଅବସାନ ଘଟିଲା। ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ଡ. ପ୍ରଭାସ ଆଚାର୍ଯ୍ୟ ଶୋକପ୍ରକାଶ କରି ଶରତ ବାବୁଙ୍କ ବିୟୋଗ ଆମ ରାଜ୍ୟ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି କହିଛନ୍ତି। ‘ସମାଜ’ ସମ୍ପାଦକ ଡଃ ପ୍ରମୋଦ କୁମାର ମହାପାତ୍ର ନିଜ ଶୋକବାର୍ତ୍ତାରେ ଶରତ ବାବୁଙ୍କ ସହ ନିଜର କାମ କରିବାର ସ୍ମୃତି ଅପାସୋରା ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସମାଜ’ର ପୂର୍ବତନ ସମ୍ପାଦକ ଶରତ ମିଶ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଦୁଇଦିନ ତଳେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସନ୍ଧ୍ୟାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ଗୁରୁବାର ରାତିରେ ପୁରୀ ସ୍ବର୍ଗଦ୍ବାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories