www.samajalive.in
Sunday, December 7, 2025
26.1 C
Bhubaneswar

୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି : ଆଜିଠାରୁ ସିବିଟି ପରୀକ୍ଷା

ଭୁବନେଶ୍ବର :  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଶୁକ୍ରବାର ଠାରୁ ୨୦ ହଜାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ଏଥି ଲାଗି ଆଜି ଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ଅନୁଷ୍ଠିତ
ହେବ। ରାଜ୍ୟର ୫୮ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ । ତେବେ ସ୍ୱଚ୍ଛତାର ସହ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି।

ଏ ନେଇ ବିଭାଗୀୟ ଶାସନ ସଚିବ ଅଶ୍ୱସ୍ତି.ଏସ୍‌‌ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ବୈଠକରେ ଯୋଗ ଦେଇ ସମସ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ମାନଙ୍କୁ ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପରୀକ୍ଷାର ସୁପରିଚାଳନା ପାଇଁ ନୋଡାଲ ଅଫିସର ମାନଙ୍କୁ ନିଯୁକ୍ତ କରା ଯାଇଛି । ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କ ସମସ୍ୟାର ସମାଧାନ ପାଇଁ ଓସେପାରେ ଏକ ସୁବିଧା କେନ୍ଦ୍ର ଖୋଲାଯାଇଛି । ଏହା ବ୍ୟତୀତ ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର ଓ କୋରାପୁଟ ଜିଲ୍ଲାରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ସହାୟକ କେନ୍ଦ୍ର
ଖୋଲା ଯାଇଥିବା ବୈଠକରୁ ସୂଚନା ମିଳିଛି।

- Advertisement -

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories