www.samajalive.in
Monday, December 8, 2025
24.1 C
Bhubaneswar

ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକଙ୍କ ମାଡ଼

ଭୁବନେଶ୍ବର: କାର୍ଯ୍ୟରତ ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଜୟ ନାୟକ(ଟୁଟୁ) ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମାଡ଼ ଖାଇବା ପରେ ଖାରବେଳ ନଗର ଥାନାରେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଏତଲା ପରେ ଖାରବେଳ ଥାନା ପୁଲିସ ତନାଘନା ଆରମ୍ଭ କରିଛି। ଘଟଣାସ୍ଥଳକୁ ଯାଇ ସିସିଟିଭି ଆଧାରରେ ଖାରବେଳ ଥାନା ପୁଲିସ ତଦନ୍ତ ଜାରି ରଖିଛି।

ନିଜ ପ୍ରତିକ୍ରିୟାରେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତ କହିଛନ୍ତି ଯେ ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ପ୍ରଯୋଜକ ସଞ୍ଜୟ ନାୟକ(ଟୁଟୁ) ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ । କେବଳ ଏତିକି ନୁହେଁ ତାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ କରିଛନ୍ତି। ଏପରି ବ୍ୟବହାର ତାଙ୍କ ମର୍ଯ୍ୟାଦା ହାନୀ କରିଥିବାବେଳେ ପ୍ରଯୋଜକ ଟୁଟୁ ନାୟକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି। ତାଙ୍କୁ ପ୍ରଯୋଜକ ଟୁଟୁ ନାୟକ କ’ଣ ପାଇଁ ମାଡ଼ ମାରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ଅପରପକ୍ଷରେ ଏ ସଂକ୍ରାନ୍ତରେ ଟୁଟୁ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories