www.samajalive.in
Monday, December 8, 2025
27.1 C
Bhubaneswar

ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଏବଂ ଓଡ଼ିଶା ମିଲେଟ୍ ପ୍ରତିଯୋଗିତା

କେନ୍ଦୁଝରଗଡ଼: କେନ୍ଦୁଝର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଏବଂ ଓଡ଼ିଶା ମିଲେଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟ ନାରାୟଣ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌‌ଘାଟନ କରିବା ଅବସରରେ ଶିଶୁ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସହ ଉତ୍ତମ ନାଗରିକ ହେବାପାଇଁ ମାର୍ଗଦର୍ଶନ କରିଥିଲେ। ପାଟଣା ବ୍ଲକ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ ଦିଗରେ ଶିଶୁ ମହୋତ୍ସବ ସୁରଭି ପ୍ରେରଣାଦାୟୀ ହେବ ବୋଲି କହିଥିଲେ। ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ ପ୍ରକାଶ କୁମାର ସାହୁ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ସାମିଲ ସମସ୍ତ ପ୍ରତିଯୋଗୀ ନିଜ ନିଜର ଦକ୍ଷତା ପ୍ରତିପାଦନ କରିବାକୁ ଆହ୍ୱାନ ଦେଇଥିଲେ। ଜିଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ଉଦ୍‌‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଶୁ ମହୋତ୍ସବ ସୁରଭି ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୂତନ ଉନ୍ମାଦନା ଭରି ଦେଇଥିବା ବେଳେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗରେ ମୋଟ ୪୪୨ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବା ବେଳେ ୭୫ଜଣ ଗାଇଡ ଶିକ୍ଷ ଓ ଶିକ୍ଷୟିତ୍ରୀ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଓଡ଼ିଶା ମିଲେଟ୍ସ ମିଶନ ପକ୍ଷରୁ ମିଲେଟ୍ସ ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇ ପୁଷ୍ଟିଶସ୍ୟ ଜାତୀୟ ଖାଦ୍ୟର ଆବଶ୍ରକତା ଓ ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଜିଲା ଆଦିବାସୀ ସମନ୍ୱିତ ସଂଯୋଜକ ଦୁର୍ଗାପ୍ରସାଦ ଲାୟକ, ଜିଲା ପ୍ରକଳ୍ପ ସଂଯୋଜକ ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ସଦର ବ୍ଲକ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ, ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ। ପ୍ରତିଯୋଗିତାର ସମସ୍ତ ବର୍ଗରେ ପ୍ରଥମସ୍ଥାନ ହାସଲ କରିଥିବା କୃତୀ ପ୍ରତିଯୋଗୀ ଆସନ୍ତା ୧୪ରୁ ୧୬ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଥିବା ଜିଲା ସମନ୍ୱିତ ଶିକ୍ଷା ସଂଯୋଜକ ପିତବାସ ସାହୁ ଧନ୍ୟବାଦ ଅର୍ପଣ ଅବସରରେ ଏହି ସୂଚନା ପ୍ରଦାନ କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories