www.samajalive.in
Sunday, December 14, 2025
26.1 C
Bhubaneswar

ଡିଏଭି ଜାତୀୟ ଫୁଟବଲ ପ୍ରତିଯୋଗିତାରେ କଳାହାଣ୍ଡିର ୧୪ ଖେଳାଳି

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ୧୪ ଜଣ ଫୁଟବଲ ପ୍ରତିଯୋଗୀ ତାଳଚେର ଗସ୍ତ କରିଛନ୍ତି । ଅନୁଗୋଳ ଜିଲ୍ଲା ତାଳଚେର ଡେରା ଡିଏଭି ପବ୍ଲିକ ସ୍କୁଲରେ ନଭେମ୍ବର ୬ ଓ ୭ ତାରିଖ ଦୁଇଦିନ ଧରି ହେବାକୁ ଥିବା ଡିଏଭି ଜାତୀୟ ଖେଳ-୨୦୨୩ (ଜୋନାଲ ସ୍ତରୀୟ) ଫୁଟବଲ ପ୍ରତିଯୋଗିତାରେ ଭାଗ ନେବା ପାଇଁ ରବିବାର ଏହି ଗସ୍ତ କରିଛନ୍ତି। ଏହି ପ୍ରତିଯୋଗୀ ମାନେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ୧୪ ଜଣ ପ୍ରତିଯୋଗୀ ରହିଛନ୍ତି । ରବିବାର ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତାଙ୍କ ନେତୃତ୍ୱରେ ଖେଳ ଶିକ୍ଷକ ଦୁଷ୍ମନ୍ତ ମାଝୀ ଓ ଶିକ୍ଷକ ଜିତେନ୍ଦ୍ର କୁମାର ବାରିକଙ୍କ ସହିତ ଏହି ପ୍ରତିଯୋଗୀ ମାନେ ଜାତୀୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଗସ୍ତ କରିଛନ୍ତି। ବେଦାନ୍ତ ଆଲୁମିନା ଡେପୁଟି ସିଇଓ ଜି.ଜି ପାଲ, ସିଏସଆର ଏବଂ ବାହ୍ୟବ୍ୟାପାର ମୁଖ୍ୟ ଵିଭୂଦେନ୍ଦୁ ପଣ୍ଡା, ଲାଞ୍ଜିଗଡ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ଅଧ୍ୟକ୍ଷ ସଦାନନ୍ଦ ହୋତା ଓ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ସଫଳତା ପାଇଁ କାମନା କରିଛନ୍ତି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories