www.samajalive.in
Monday, December 8, 2025
14.1 C
Bhubaneswar

ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର : ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା। ସୋମବାର ଏସଡିଜେଏମ୍‌‌ କୋଟରେ ଟୁଟୁ ନାୟକଙ୍କ ଜାମିନର ଆବେଦନର ଶୁଣାଣି ଆସନ୍ତା ୮ ତାରିଖକୁ ଘୁଞ୍ଚିଛି। ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇ ଜେଲ୍‌‌ରେ ଅଛନ୍ତି ପ୍ରଯୋଜକ ଟୁଟୁ ନାୟକ। ଅପଡେଟ୍‌‌ କେସ୍‌‌ଡାଏରୀ ଓ ଟୁଟୁଙ୍କ ପୁରୁଣା ରେକର୍ଡ ଯାଞ୍ଚ କରାଯାଉଛି।
ସାମ୍ବାଦିକା ଦେବସ୍ମିତାଙ୍କ ପକ୍ଷରୁ ଆଇନଜୀବୀ ବନ ମହାନ୍ତି ପକ୍ଷ ରଖିଥିଲେ। ୮ତାରିଖକୁ ଜାମିନର ଶୁଣାଣି ଘୁଞ୍ଚିଛି।

ସୂଚନା ଯୋଗ୍ୟ, ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗତ ଶନିବାର ପୁଲିସ ଟୁଟୁ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଶେଷରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। କଡା ସୁରକ୍ଷା ମଧ୍ୟରେ ତାଙ୍କୁ ଝାରପଡା ଜେଲକୁ ନିଆଯାଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories