www.samajalive.in
Monday, December 15, 2025
14.1 C
Bhubaneswar

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ଡେସ୍କ : ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ମଙ୍ଗଳବାର ଭୋର ୩ଟା ୨୫ରେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି । ଗତ ୩୧ ତାରିଖରୁ ସେ ଚିକିତ୍ସାଧୀନ ଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।

ମହେଶ୍ବର ମହାନ୍ତି ପୁରୀ ବିଧାନସଭା ଆସନରୁ ଲଗାତାର ୫ ଥର ନିର୍ବାଚିତ ହୋଇଥିଲେ। ୧୯୯୫ରୁ ୨୦୧୯ ପର୍ଯ୍ୟନ୍ତ ସେ ପୁରୀରୁ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ସେ ବିଭିନ୍ନ କ୍ୟାବିନେଟ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ରାଜ୍ୟ ବିଧାନସଭାର ବାଚସ୍ପତି ଦାୟିତ୍ବ ତୁଲାଇଥିଲେ । ଏବେ ସେ ପୁରୀ ଜିଲ୍ଲା ବିଜେଡି ସଭାପତି ଦାୟିତ୍ବ ତୁଲାଉଥିଲେ। ସେ ଛାତ୍ର ଜୀବନରୁ ସକ୍ରିୟ ରାଜନୀତି ଆରମ୍ଭ କରିଥିଲେ। ସ୍ୱର୍ଗତଃ ମହେଶ୍ୱର ମହାନ୍ତି ବିଧାନସଭାକୁ ନିର୍ବାଚିତ ହେବା ପୂର୍ବରୁ ପୁରୀ ପୌର ପରିଷଦର ୨ଥର ଅଧ୍ୟକ୍ଷ ଥିଲେ ।

- Advertisement -

ବିଶିଷ୍ଟ ରାଜନେତା ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ଵର୍ଗତ ମହାନ୍ତି ଓଡିଶା ବିଧାନସଭାରେ ବିଧାୟକ, ବାଚସ୍ପତି ଓ ମନ୍ତ୍ରୀ ଭାବରେ ତାଙ୍କର ଦାୟିତ୍ଵକୁ ସୂଚାରୁ ରୂପେ ତୁଲାଇଥିଲେ। ତାଙ୍କର ବିୟୋଗ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି।

ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ଶ୍ରୀ ହରିଚନ୍ଦନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମହେଶ୍ଵର ମହାନ୍ତିଙ୍କ ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories