ଭୁବନେଶ୍ୱର : ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏହାପରେ ବିଜେଡି କାର୍ଯ୍ୟାଳୟରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଶେଷ ଦର୍ଶନ କରିଛନ୍ତି। ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ନେତୃବୃନ୍ଦ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୁରୀ ସ୍ବର୍ଗଦ୍ଵାରରେ ଆଜି ତାଙ୍କର ଶେଷ କୃତ୍ୟ ସଂପନ୍ନ ହେବ।
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ପରଲୋକ ଘଟିଛି । ମଙ୍ଗଳବାର ଭୋର ୩ଟା ୨୫ରେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି । ଗତ ୩୧ ତାରିଖରୁ ସେ ଚିକିତ୍ସାଧୀନ ଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।




