www.samajalive.in
Sunday, December 7, 2025
18.1 C
Bhubaneswar

ପିପିଲିରେ ମହେଶ୍ୱରଙ୍କୁ ଅନ୍ତିମ ବିଦାୟ

ପିପିଲି: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ଏବଂ ପୁରୀ ଜିଲା ବିଜୁ ଜନତା ଦଳର ସଭାପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ପିପିଲିରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ତାଙ୍କ ପାର୍ଥିବ ଶରୀରକୁ ଏକ ଶୋଭାଯାତ୍ରାରେ ଭୁବନେଶ୍ୱରରୁ ପୁରୀ ନିଆଯିବା ବାଟରେ ପିପିଲିସ୍ଥିତ ବିଜେଡି କାର୍ଯ୍ୟାଳୟଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ରାଜ୍ୟ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଉପସ୍ଥିତ ଥିବା ବେଳେ ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବ୍ଲକ ଅଧ୍ୟକ୍ଷା ଦେବସ୍ୱିନୀ ନନ୍ଦ, ଉପାଧ୍ୟକ୍ଷ ପ୍ରଫୁଲ୍ଲ ସ୍ୱାଇଁ, ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା ବାସନ୍ତି ସାହୁ, ପିପିଲି ପୌରାଧ୍ୟକ୍ଷ ସେକ୍‌‌ ବାବୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଯୁଧିଷ୍ଠିର ସ୍ୱାଇଁ, ବରିଷ୍ଠ ନେତା ବୈରାଗୀ ଜେନା, ଆର୍ତ୍ତବନ୍ଧୁ ସାମନ୍ତରାୟ, ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ସୁଶାନ୍ତ କୁମାର ମଲ୍ଲିକ, ଜିଲା ବିଜେଡି ସାଧାରଣ ସଂପାଦକ କିଶୋର ଛୋଟରାୟ, ସଂପାଦକ ସତ୍ୟଜିତ ରାୟଚୌଧୁରୀଙ୍କ ସମେତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଶତାଧିକ ବିଜେଡି ନେତା, କର୍ମୀ ଓ ସମର୍ଥକମାନେ ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories