www.samajalive.in
Friday, December 12, 2025
26.1 C
Bhubaneswar

ଗୁଜୁରାଟରେ ଖୋଲିବ ଅଷ୍ଟ୍ରେଲିଆର ଦୁଇଟି ବିଶ୍ୱବିଦ୍ୟାଳୟର କ୍ୟାମ୍ପସ

ଡେସ୍କ: ଗୁଜୁରାଟ ଇଣ୍ଟରନ୍ୟାସନାଲ ଫାଇନାନ୍ସ ଟେକ୍‌-ସିଟିରେ ଅଷ୍ଟ୍ରେଲିଆର ଦୁଇଟି ବିଶ୍ୱବିଦ୍ୟାଳୟ ଡେକିନ୍ ଓ ଓ୍ୱଲ୍ଲୋନଗୋଙ୍ଗର କ୍ୟାମ୍ପସ ସ୍ଥାପନା ହେବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାର ଗାନ୍ଧୀନଗର ସ୍ଥିତ ଗିଫ୍ଟ ସିଟିରେ ଏହି ଦୁଇ ବିଶ୍ୱବିଦ୍ୟାଳୟର ଆଗାମୀ କ୍ୟାମ୍ପସ ପାଇଁ ସ୍ଥାନ ପରିଦର୍ଶନ କରିବା ଅବସରରେ ଏହି ଘୋଷଣା କରିଛନ୍ତି। ଭାରତରେ ଅଷ୍ଟ୍ରେଲିଆନ୍ ୟୁନିଭର୍ସିଟି କ୍ୟାମ୍ପସର ଘୋଷଣା ନେଇ ଆୟୋଜିତ କାର୍ଯ୍ୟକ୍ରମ ‘ଆରମ୍ଭ’ରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହା ଭାରତର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ। ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ବଡ଼ ପଦକ୍ଷେପ।

ସେ କହିଛନ୍ତି, ଭାରତର ଡୋରଷ୍ଟେପରେ ବିଶ୍ୱସ୍ତରୀୟ ଶିକ୍ଷାର ସୁଯୋଗ ଆଣିବା ଲକ୍ଷ୍ୟରେ ଏଭଳି କ୍ୟାମ୍ପସ ସ୍ଥାପନା ହେବା ଖୁସିର ବିଷୟ। ଭାରତର ଶିକ୍ଷାକୁ ବିଶ୍ୱମାନର କରିବା ଦିଗରେ ଏହା ଏକ ଅନ୍ୟତମ ପଦକ୍ଷେପ। ସ୍ୱଦେଶରେ ବିଦେଶୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ଷ୍ଟଡି ଇନ୍ ଇଣ୍ଡିଆକୁ ପ୍ରୋତ୍ସାହିତ କରିବ। ଜାତୀୟ ଶିକ୍ଷା ନୀତିରେ କଳ୍ପନା କରାଯାଇଥିବା ବିବିଧ, ସର୍ବବ୍ୟାପୀ ଏବଂ ସମାବେଶୀ ଶିକ୍ଷାର ଏକ ବାତାବରଣ ତିଆରି କରିବ। ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଭାରତର ଶିକ୍ଷାରେ ପରିବର୍ତ୍ତନ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଏବଂ ପ୍ରଚେଷ୍ଟା ପାଇଁ ଆଜି ଏହା ସମ୍ଭବ ହୋଇପାରିଛି ବୋଲି ସେ କହିଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories