www.samajalive.in
Sunday, December 14, 2025
26.1 C
Bhubaneswar

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ ରାଷ୍ଟ୍ରପତି

ଡେସ୍କ: ନଭେମ୍ବର ୨୦ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୁରଭଞ୍ଜ କୋଳିଅଣାଠାରେ ଏକଲବ୍ୟ ମଡେଲ ରେସିଡିନ୍ସିଆଲ୍ ସ୍କୁଲର ଉଦଘାଟନ କରିବେ। କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଓଡିଶାରେ ଚାଲୁଥିବା କେନ୍ଦ୍ରୀୟ ଯୋଜନାର ସମୀକ୍ଷା ଅବସରରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ସମସ୍ତ ଏକଲବ୍ୟ ମଡେଲ ରେସିଡିନ୍ସିଆଲ୍ ସ୍କୁଲ ନିର୍ମାଣ ଶେଷ ହୋଇ କାର୍ଯ୍ୟକ୍ଷମ ହେଲେ ଆଦିବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ହେବ।

ଏହି ସମୀକ୍ଷା ବୈଠକରେ ବାଙ୍ଗିରିପୋଷୀ ଘାଟିର ସଂପ୍ରସାରଣ, ଜାତୀୟ ରାଜପଥର ବିଦ୍ୟୁତିକରଣ, ହାତୀ ଓ ବନ୍ୟଜନ୍ତୁଙ୍କ ଯିବା ଆସିବା ପାଇଁ ଅଣ୍ଡର ପାସ୍ ଚିହ୍ନଟ କରି ଡିସେମ୍ବର ସୁଧା କାମ ଆରମ୍ଭ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ଗୋପାଳପୁର-ଦୀଘା ଉପକୂଳ ରାଜପଥର ନୂତନ ନିର୍ମାଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories