www.samajalive.in
Monday, December 8, 2025
27.1 C
Bhubaneswar

ଦନ୍ତା ହାତୀର ମୃତଦେହ ଠାବ

ଢେଙ୍କାନାଳ : ଢେଙ୍କାନାଳ ହିନ୍ଦୋଳ ରେଞ୍ଜରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଠାବ ହୋଇଛି। ଖଜୁରିଆକଟା ସେକସନ ନୂଆବଗ ବ୍ୟାରେଜ ନିକଟରେ ହାତୀର ମୃତଦେହ ଠାବ ହୋଇଛି। ଦନ୍ତାର ବୟସ ୨୦ ରୁ ୨୫ ବର୍ଷ ହେବ। ମାତ୍ର କେଉଁ କାରଣରୁ ହାତୀର ମୃତ୍ୟୁ ଘଟିଛି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ। ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ହାତୀ ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର କାରଣ ଜଣାପଡିବ ବୋଲି ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories