www.samajalive.in
Friday, December 12, 2025
17.1 C
Bhubaneswar

ଉପବାଚସ୍ପତି ପଦ ଛାଡ଼ିଲେ ରଜନୀକାନ୍ତ ସିଂହ

ଭୁବନେଶ୍ୱର: ବିଧାନସଭାର ଉପବାଚସ୍ପତି ପଦରୁ ବୁଧବାର ରଜନୀକାନ୍ତ ସିଂହ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ସେ ନି‌ଜ ଇସ୍ତଫାପତ୍ର ଦେଇଛନ୍ତି। ଇସ୍ତଫା ସମ୍ପର୍କରେ ପ୍ରତିକ୍ରିୟା ଦେଇ ରଜନୀକାନ୍ତ କହିଛନ୍ତି, ଉପବାଚସ୍ପତି ଏକ ସାମ୍ବିଧାନିକ ପଦ। ଏହି ପଦବୀରେ ଥାଇ ମୁଁ ଦଳୀୟ କାର୍ଯ୍ୟ କରିପାରୁ ନ ଥିଲି। ଆଗକୁ ନିର୍ବାଚନ ଥିବାରୁ ସଂଗଠନକୁ ସୁଦୃଢ କରିବା ସହ ଦଳୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଇସ୍ତଫା ଦେଇଛି। ତେବେ ଏହା ହଠାତ୍‌ ନିଷ୍ପତ୍ତି ନୁହେଁ, ବହୁଦିନରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ, ରଜନୀକାନ୍ତ ସିଂହ ୨୦୦୪ରୁ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଛନ୍ତି। ୨୦୧୯ ଜୁନ୍‌ ମାସରୁ ସେ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଥିଲେ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories