www.samajalive.in
Sunday, December 14, 2025
19.1 C
Bhubaneswar

ହରଭଙ୍ଗାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ସ୍ଥିତ ପ୍ୟାରେଡ଼ ପଡିଆରେ ବୁଧବାର ଆମ ଓଡିଶା ନବୀନ ଓଡିଶା ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଆଭାସୀ  ମାଧ୍ୟମରେ ହୋଇଯାଇଛି। ହରଭଙ୍ଗା ବିଡ଼ିଓ ସ୍ୱପ୍ନିତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗ ଦେଇଥିଲେ। ସମ୍ମାନିତ ଅତିଥିଭାବେ ୭ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ର, ୮ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ତାରାମଣି ପ୍ରଧାନ ଯୋଗ ଦେଇଥିଲେ। ହରଭଙ୍ଗା ବ୍ଲକର ୩୪୦ଟି ଆମ ଓଡିଶା ନବୀନ ଓଡିଶା ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମଠ, ମନ୍ଦିର, ମସଜିଦ, ଖେଳ ପଡିଆର ଉନ୍ନତି କରଣ କାର୍ଯ୍ୟ ତ୍ବରାନ୍ବିତ  ହେବ। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଏହାର ସୁରକ୍ଷା ଆପଣ ମାନଙ୍କର ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ହରଭଙ୍ଗା ତହସିଲଦାର ଶିବାନୀ ଦାଶ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ରିତିକାନ୍ତି ବଳିଆରସିଂ, ବିଭିନ୍ନ ପଂଚାୟତର ସରପଞ୍ଚ,ସମିତି ସଭ୍ୟ ସଭ୍ୟାଙ୍କ ସହ ବ୍ଲକ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories