www.samajalive.in
Sunday, December 14, 2025
26.1 C
Bhubaneswar

କଣ୍ଟାମାଳରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ

ଘଣ୍ଟାପଡା: କଣ୍ଟାମାଳ ବ୍ଲକ ସଦର ହାଇସ୍କୁଲ ଖେଳ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ “ଆମ ଓଡିଶା ନବୀନ ଓଡିଶା” ଯୋଜନାର ଶୁଭାରମ୍ଭ କରିଥିଲେ। ଆମ ଓଡିଶା ନବୀନ ଓଡିଶା ତଥା ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନ ଉପସ୍ଥିତ ଥିଲେ। କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦୁଇଗୋଟି ବ୍ଲକର ୩୬ଟି ପଞ୍ଚାୟତରେ ୬୫୬ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ପାଇଁ ୧୮କୋଟି ଟଙ୍କାର ଅନୁଦାନ ମଞ୍ଜୁର କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ। ଏଥିରେ ଆମ ଓଡ଼ିଶା ନବୀନ ଓଡିଶା ଯୋଜନାରେ ୬୫୬ଟି ପ୍ରକଳ୍ପ କାର୍ଯ୍ୟକାରି ହେବ ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। କଣ୍ଟାମାଳ ବିଡିଓ ସାମୀ ଜୟଶ୍ରୀ ରେଡ଼ୀଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା, କଣ୍ଟାମାଳ ତହସିଲଦାର ଶ୍ଵେତପଦ୍ମା ଯୋଶୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ସିଡିପିଓ ଜ୍ୟୋତ୍ସ୍ନାରାଣୀ ପାଢ଼ୀ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ସୁବୋଧ ପ୍ରଧାନ, ବ୍ଲକ ବିଜେଡି ସଭାପତି ପ୍ରେମରାଜ ରଣା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories