www.samajalive.in
Sunday, December 7, 2025
16.1 C
Bhubaneswar

ସମଲେଶ୍ବରୀ ମନ୍ଦିରର ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ସେ ମା’ ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍ ୪ ଟା ରୁ ୬ ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ। ସମୀକ୍ଷାରେ ଭକ୍ତ ମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀଙ୍କ ସୁବିଧା ପାଇଁ ଫାଷ୍ଟ ଏଡ୍‌‌ ଓ ଅନ୍ୟ ମେଡିକାଲ ସେବାର ସୁବିଧା ରଖିବାକୁ ମଧ୍ୟ ସେ କହିଥିଲେ। ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ବାକି ରହି ଯାଇଥିବା ବିଭିନ୍ନ ଷ୍ଟ୍ରକଚରକୁ ୧୦ ଦିନ ମଧ୍ୟରେ ସଫା କରି କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଐତିହ୍ୟ କରିଡ଼ର ଓ ମନ୍ଦିର ଚାରି ପାଖେ ଖଣ୍ଡେଲାଇଟ୍‌‌ ପଥର ବିଛେଇବା କାମକୁ ଶୀଘ୍ର ସାରିବା, ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ବୃକ୍ଷ ଲତାର ବ୍ୟବହାର ଓ ସ୍ଥାନୀୟ ସଂସ୍କୃତିକୁ ଗୁରୁତ୍ଵ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍ ଟାୱାର, ଓ ଲାମ୍ପ ରୁମ୍ କାମର ସୋନ୍ଦର୍ଯ୍ୟକରଣ ଉପରେ ଶ୍ରୀ ପଣ୍ଡିଆନ ଗୁରୁତ୍ଵ ଦେଇଥିଲେ।
ଦୁଇ ନମ୍ବର ଐତିହ୍ୟ ଗେଟ, ପାର୍କିଂ, ଐତିହ୍ୟ କରିଡ଼ରର ବାହାର ପଟରେ କୋବଲ ପଥର ବିଛାଇବା କାମ ଜଲଦି ସାରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ପାନୀୟ ଜଳ ସୁବିଧା, ଟଏଲେଟ୍, ସିସିଟିଭି , ଓ ଆଲୋକିକରଣ କାମ ମଧ୍ୟ ତୁରନ୍ତ ସାରିବାକୁ ପରାମର୍ଶ ଦେଇଥିଲେ। ରିଭର ଫ୍ରଣ୍ଟ ସୌନ୍ଦର୍ଯ୍ୟ କରଣ ଓ ବିକାଶ କାମକୁ ପୂର୍ବାବଲୋକନ (precast mould) ବ୍ୟବହାର କରି ଅଧିକ ଲୋକ ଲଗାଇ କାମ ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷାରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଆରଡିସି , ଜିଲାପାଳ, ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

- Advertisement -

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories