www.samajalive.in
Tuesday, December 9, 2025
16.1 C
Bhubaneswar

ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ଡେସ୍କ: ନଭେମ୍ବର ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଥିଲାଗି ରାଷ୍ଟ୍ରପତି ସ୍ୱୀକୃତି ପ୍ରଦାନ କରିିଛନ୍ତି।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେହିଦିନ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ୩୦ ମିନିଟ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମରେ ରହିବେ। ପାରାଦୀପ ବନ୍ଦର କର୍ତୃପକ୍ଷ ଓଡ଼ିଆ ଜାତିର ଅନନ୍ୟ ପରମ୍ପରା ତଥା ସାତ ସାଧବ ପୁଅଙ୍କ ବୀରତ୍ୱ ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପ୍ରତିବର୍ଷ ପାଳନ କରୁଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଏହି ସ୍ୱୀକୃତି ପତ୍ର ଆସିବା ପରେ ଜିଲ୍ଲା ପ୍ରଶାସନ ଓ ବନ୍ଦର କର୍ତୃପକ୍ଷ ତତ୍ପର ହୋଇ ଉଠିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories