www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: ପରଜଙ୍ଗ ଥାନ ସାଆନ୍ଦା ଫାଣ୍ଡି ଅନ୍ତର୍ଗତ ଖଇରପଶି ଗ୍ରାମରେ ଗୁରୁବାର ବିଦ୍ୟୁତ ଆଘାତରେ ଜ​‌ଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଗାଁର ପ୍ରସନ୍ନ ନାଏକଙ୍କ ପତ୍ନୀ ପ୍ରତୀମା ତାଙ୍କ ଛେଳି ଆଣିବାକୁ ଯାଇଥିବା ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପାଖରେ ଥିବା କେତେକ ଯୁବକ ବିଦ୍ୟୁତ ତାରକୁ ବିଦ୍ୟୁତ ସରବରାହ ବନ୍ଦ କରିବା ପରେ ପ୍ରତୀମାଙ୍କୁ ଢେଙ୍କାନାଳ ମେଡ଼ିକାଲ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗ୍ରାମର ବାଉରୀ ନାଏକ ଓ ତାଙ୍କ ପୁଅ ଖୁକୁନ୍ ନାଏକ ତାଙ୍କ ଧାନ ଫସଲ ରକ୍ଷା କରିବାକୁ ବିଲ ଚାରିପାଖରେ ବିଦ୍ୟୁତ ତାର ବିଛାଇଥିଲେ। ସେହି ତାର ସଂସ୍ପର୍ଶରେ ଆସି ପ୍ରତୀମାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଖବରପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories