www.samajalive.in
Friday, December 12, 2025
19.1 C
Bhubaneswar

ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ – ଆଧୁନିକ ଜ୍ଞାନକୌଶଳର ବିକାଶ ଉପରେ ଗୁରୁତ୍ୱ

ଡେସ୍କ ଦୁଇଦିନିଆ ମିଲେଟ୍‌‌ ସମ୍ବନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ଆଜି ଅନୁଷ୍ଠିତ ‘ବୈଜ୍ଞାନିକ ପଦ୍ଧତିରେ ପୁଷ୍ଟିଶସ୍ୟ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି’ ଶୀର୍ଷକ ଆଲୋଚନା ଚକ୍ରରେ ନିରନ୍ତର ପୁଷ୍ଟିଶସ୍ୟ ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଆଲୋଚନା ଚକ୍ରରେ ଭାରତୀୟ ପୁଷ୍ଟିଶସ୍ୟ ଗବେଷଣା ପ୍ରତିଷ୍ଠାନର ପ୍ରମୁଖ ବୈଜ୍ଞାନିକ ଡ. ବି. ଭେଙ୍କଟେଶ ଭଟ୍ଟ ଓ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ଗବେଷଣା ବିଭାଗ ଡିନ୍‌‌ ଡ. ସଂଗ୍ରାମ କେଶରୀ ସ୍ୱାଇଁ ମିଲେଟ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିରେ ଆଲୋଚକ ଭାବରେ ମଧୂସ୍ମିତା ଶତପଥୀ, ଡ. ରାଜେନ୍ଦ୍ର ଆର. ଚାପ୍‌‌କେ, ହାଇଦ୍ରାବାଦସ୍ଥିତ ହାର୍ଭେଷ୍ଟ ପ୍ଲସ୍‌‌ ସଂଗଠନର ବିନୁ ଚେରିଆନ୍‌‌, ଦମୟନ୍ତୀ ରଣା ଓ ଅଜିତ କୁମାର ସାହୁ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories