www.samajalive.in
Sunday, December 14, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ (୧୦.୧୧.୨୦୨୩ )

ମେଷ :  ଭ୍ରାତୃତ୍ବ ଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନରେ ସେବା ମନୋଭାବର ହେବେ। କର୍ମଠ ହେବେ।

ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ମିଥୁନ : ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।

କର୍କଟ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ସିଂହ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ।

କନ୍ୟା : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନସମ୍ପଦ ଭରପୂର ରହିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ।

ତୁଳା : ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଅସାଧ୍ୟ ସାଧନ କରିପାରନ୍ତି। ମଧୁର ଭାଷା ବ୍ୟବହାର କରି ଶତ୍ରୁକୁ ମିତ୍ର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।

ବିଛା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସନ୍ତାନମାନେ ସମ୍ପତ୍ତିବାନ୍‌ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ପତ୍ନୀ ସୁଶୀଳା ହେବେ।

ଧନୁ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବେ ରହିବ। ଔଷଧ ବ୍ୟବସାୟରୁ ଲାଭ ମିଳିବ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସର୍ଦି କିମ୍ବା କଫରେ ପୀଡ଼ିତ ହୋଇପାରନ୍ତି।

ମୀନ : ସେବା କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବେ। ପତ୍ନୀଙ୍କୁ ପରାମର୍ଶ ଦେବେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories