www.samajalive.in
Sunday, December 14, 2025
19.1 C
Bhubaneswar

ଜାତୀୟ କ୍ରୀଡ଼ା : ୫୮ ପଦକ ସହ ଓଡ଼ିଶାର ସର୍ବଶ୍ରେଷ୍ଠ ପ୍ରଦର୍ଶନ

କଟକ  : ଗୋଆରେ ଆୟୋଜିତ ୩୭ତମ ଜାତୀୟ କ୍ରୀଡ଼ାରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛି। ଓଡ଼ିଶା ୧୦ଟି ସ୍ବର୍ଣ୍ଣ, ୧୮ଟି ରୌପ୍ୟ ୩୦ଟି କାଂସ୍ୟ ସହ ୫୮ ପଦକ ଜିତିଛି। ୨୦୨୨ ଗୁଜରାଟ ଜାତୀୟ କ୍ରୀଡ଼ାରେ ଓଡ଼ିଶା ୬ଟି ସ୍ବର୍ଣ୍ଣ, ୧୧ଟି ରୌପ୍ୟ ଓ ୧୧ଟି କାଂସ୍ୟ ପଦକ ଜିତିଥିଲା।
ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା ପୁରୁଷ ଓ ମହିଳା ଖୋଖୋ ଦଳ ରୌପ୍ୟ ପଦକ ଜିିତିଥିଲେ। ଗୁରୁବାର ରୌପ୍ୟ ବିଜୟୀ ଓଡ଼ିଶା ଖୋଖୋ ଦଳ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଓଡ଼ିଶା ସରକାର ଓ ରାଜ୍ୟ ଖୋଖୋ ସଂଘ ତରଫରୁ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ରଙ୍କ ନେତୃତ୍ବରେ ଉଭୟ ଦଳ ଅଂଶଗ୍ରହଣ କରିଥିଲା। ଓଡ଼ିଶା ଦଳକୁ ରାଜ୍ୟ ସଂଘର ସଭାପତି ନାରାୟଣ ପାତ୍ର,ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା, ଯୁଗ୍ମ ସଚିବ ଶୈଳେନ୍ଦ୍ର ଜେନା, ରଞ୍ଜିତ ପରିଡ଼ା, ଉପଦେଷ୍ଟା ଆଶୀର୍ବାଦ ବେହେରା ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories