www.samajalive.in
Sunday, December 7, 2025
26.1 C
Bhubaneswar

କଣ୍ଟେନରରେ ଲାଗିଲା ନିଆଁ ; ଅଳ୍ପକେ ବର୍ତ୍ତିଲେ ଚାଳକ,ହେଲପର

ବାଙ୍ଗିରିପୋଷି: ବାଙ୍ଗିରିପୋଷି ଘାଟିରେ ପୁଣି ଏକ ଅଘଟଣ ଘଟିଛି। କଣ୍ଟେନରରେ ନିଆଁ ଲାଗି ପୋଡିଗଲା କଣ୍ଟେନରର ଇଞ୍ଜିନ। ମୟୁରଭଞ୍ଜ ଜିଲ୍ଲା ୪୯ ନଂ ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଆଜି ଏକ କଣ୍ଟେନର କଲିକତାରୁ ମୁମ୍ବଇ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଖବର ପାଇ ବାଙ୍ଗିରିପୋଷି ଦମକଳ ବାହୀନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
କଣ୍ଟେନର ଚାଳକ ଓ ହେଲପର ଡିଆଁ ମାରି ଓହ୍ଲାଇ ପଳାଇଥିଲେ। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କଣ୍ଟେନରଟିରେ ବିଭିନ୍ନ ମୂଲ୍ୟବାନ ସାମଗ୍ରୀ ରହିଥିବା ବେଳେ ସେଥିରେ ନିଆଁ ଲାଗିବା ପୂର୍ବରୁ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିବାରୁ କିଛି ସମୟ ଧରି ଘାଟି ରାସ୍ତାରେ ଯାତାୟତ ବନ୍ଦ ରହିବା ପରେ ସ୍ଵାଭାବିକ ହୋଇଛି।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories