www.samajalive.in
Monday, December 15, 2025
15.1 C
Bhubaneswar

ଆଚରଣ ସଂହିତା ଉଲ୍ଲଙ୍ଘନ ଅଭିଯୋଗ, ଶ୍ରୀଲଙ୍କା ହରାଇଲା ଆଇସିସି ସଦସ୍ୟତା

ନୂଆଦିଲ୍ଲୀ: ଆନ୍ତର୍ଜାତିକ କ୍ରିକେଟ ପରିଷଦ(ଆଇସିସି) ସଦସ୍ୟରୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ(ଏସଏଏସି)କୁ ନିଲମ୍ବନ କରାଯିବା ନେଇ ଆଜି ବସିଥିବା ଆଇସିସି ବୋର୍ଡ ବୈଠକରେ ନିଷ୍ପତ୍ତି ନିଆଯାଇଛି। କୋର୍ଡ ଅଫ କଣ୍ଡକ୍ଟ ଉଲ୍ଲଙ୍ଘନ ଅଭିଯୋଗରେ ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି।
ଚଳିତ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଥିବା ଶ୍ରୀଲଙ୍କାକୁ କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଆଇସିସି ଆଜି ତତ୍କାଳ ନିଲମ୍ବିତ କରିଛି। ଶ୍ରୀଲଙ୍କା କ୍ରିକେଟରେ ସରକାରଙ୍କ ଅତ୍ୟଧିକ ହସ୍ତକ୍ଷେପ ଯୋଗୁ ଆଇସିସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।

ଆଇସିସି ବୋର୍ଡ ପକ୍ଷରୁ ଆଜି ବିସିଥିବା ଜରୁରୀକାଳିନ ବୈଠକରେ ଶ୍ରୀଲଙ୍କା କ୍ରିକେଟର ସଦସ୍ୟତା ପଦକୁ ରଦ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆଇସିସି ଜାରି କରିଥିବା ବିବୃତିରେ କୁହାଯାଇଛି ଯେ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଆଇସିସିର ସ୍ଥାୟୀ ସଦସ୍ୟ ଭାବେ ସବୁ ପ୍ରକାରର ନିୟମ ଉଲ୍ଲଙ୍ଘନ କରିଥିବା ବୋର୍ଡ ଜାଣିବାକୁ ପାଇଛି। ତେଣୁ ତତ୍କାଳ ଭାବେ ଶ୍ରୀଲଙ୍କା କ୍ରିକେଟର ଆଇସିସି ସଦସ୍ୟତାକୁ ନିଲମ୍ବିତ କରାଯାଉଛି।

- Advertisement -

ଆସନ୍ତା ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଅହମଦାବାଦରେ ଆଇସିସି ବୈଠକ ପାଇଁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଶ୍ରୀଲଙ୍କା କ୍ରିକେଟର ସ୍ଥିତିକୁ ଦେଖି ଆଜି ଆଇସିସି ବୋର୍ଡ ଭିଡିଓ କନଫରେନ୍ସିଂରେ ଜରୁରୀ ବୈଠକ କରିଥିଲା। ଏହାପରେ ଶ୍ରୀଲଙ୍କା କ୍ରିକେଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ସମ୍ପର୍କରେ ଆଇସିସି ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ଅବଗତ କରାଇ ଦେଇଛି। ସେହିପରି ପରବର୍ତ୍ତୀ ପଦକ୍ଷେପ କ’ଣ ହେବ, ତା’ଉପରେ ନିଷ୍ପତ୍ତି ନଭେମ୍ବର ୨୧ରେ ହେବ ବୋଲି କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories