www.samajalive.in
Saturday, December 13, 2025
14.1 C
Bhubaneswar

ନିର୍ବାଚନମଣ୍ଡଳୀ ସ୍ତରୀୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ

ପିପିଲି : ପିପିଲି ନିର୍ବାଚନମଣ୍ଡଳୀ ସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଦିନ ପିପିଲି ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ରୁଦ୍ରପ୍ରତାପ ମହାରଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକକୁ ପୁରୀ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତିଶଙ୍କର ମହାପାତ୍ର ପରିଚାଳନା କରିଥିବା ବେଳେ ଏଥିରେ ପ୍ଲାନିଂ କମିଟି ଉପ ନିର୍ଦେଶକ ସୂର୍ଯ୍ୟନାରାୟଣ ତ୍ରିପାଠୀ, ପିପିଲି ବିଡିଓ ସରୋଜ କୁମାର ରାଉତ, ଡେଲାଙ୍ଗ ବିଡିଓ କ୍ଷିତିଶ ବେହେରାଙ୍କ ସମେତ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଓ ପିପିଲି ଏନ୍‌‌ଏସି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ୬ଟି ଜିଲା ପରିଷଦ ଜୋନ୍‌‌ର ସଭ୍ୟ, ସଭ୍ୟା, ସାଂସଦ ଓ ବିଧାୟକ ପ୍ରତିନିଧିଙ୍କ ସମେତ ୨୮ଟି ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିରେ ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଓ ପିପିଲି ଏନ୍‌‌ଏସି ଅଞ୍ଚଳରେ ବିଭିନ୍ନ ବିଭାଗରେ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ସମେତ ଅଞ୍ଚଳର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସମୀକ୍ଷା କରାଯାଇଥିଲା। କୃଷି, ଜଳ ସେଚନ, ପାନୀୟଜଳ, ବିଦ୍ୟୁତ୍‌‌, ଗମନାଗମନ, ସ୍ୱାସ୍ଥ୍ୟ, ଖାଉଟି, ଶିକ୍ଷା, ଶିଶୁ ବିକାଶ ଆଦି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ସଁପୁର, ନୂଆଶାସନ, ରଥପୁରୁଷୋତ୍ତମପୁର ଆଦି ଅଞ୍ଚଳରେ ପିପିଲି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣଧିନ ରାସ୍ତା କାର୍ଯ୍ୟକୁ ଶିଘ୍ର ଶେଷ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା।

Hot this week

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

Related Articles

Popular Categories