www.samajalive.in
Monday, December 15, 2025
17.1 C
Bhubaneswar

ଦାରିଦ୍ର୍ୟ ଭିତରେ ପ୍ରାଚୁର୍ଯ୍ୟ ଥାଏ, ଏହା ଜୀବନର ମୂଳମନ୍ତ୍ର

ଭୁବନେଶ୍ୱର: ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ସପ୍ତମ ପ୍ରେରଣାଦାୟକ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ନିରୁତ୍ସାହିତ ଓ ଭୟଭୀତ ନହୋଇ ପରିଶ୍ରମ କରି ଜୀବନରେ ସଙ୍ଘର୍ଷ କରିବା ପାଇଁ ସର୍ବଦା ପ୍ରସ୍ତୁତ ରହିବାକୁ ପାଠକ ପାଠିକା ମାନଙ୍କୁ ଅତିଥି ମାନେ ପରାମର୍ଶ ଦେଇଥିଲେ। ଦାରିଦ୍ର୍ୟ ଭିତରେ ପ୍ରାଚୁର୍ଯ୍ୟ ଥାଏ ଏହାକୁ ଜୀବନର ମୂଳମନ୍ତ୍ର ଭାବେ ଗ୍ରହଣ କଲେ ସମସ୍ତେ ଉଚ୍ଚ ସୋପାନ ରେ ପହଞ୍ଚି ପାରିବେ ବୋଲି ଉଲ୍ଲେଖ କରିଥିଲେ। ପାଠକ ପାଠିକା ମାନଙ୍କ ସହ ବାର୍ତ୍ତଳାପ ମାଧ୍ୟମରେ ସେମାନଙ୍କ ପ୍ରସ୍ତୁତିରେ ଥିବା ସମସ୍ୟା ଉପରେ ସବିଶେଷ ଆଲୋଚନା କରାଯାଇଥିଲା।

କାର୍ଯ୍ୟକ୍ରମକୁ ଯୁଗ୍ମ ଶାସନ ସଚିବ ତଥା ଗ୍ରନ୍ଥାଗାରର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଅତସୀ ଦାସ ସଂଚାଳନ କରିଥିଲେ। ସେ ପାଠକ ପାଠିକା ମାନଙ୍କୁ ସମୟର ସଦୁପଯୋଗ କରି ପରିଶ୍ରମ କରିବା ପାଇଁ ଉତ୍ସାହିତ କରିଥିଲେ। ଗ୍ରନ୍ଥାଗାରର ଯେଉଁ ପାଠକ ପାଠିକା ମାନେ ବିଭିନ୍ନ ଜାତୀୟ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଛନ୍ତି ସେମାନଙ୍କୁ ତାଙ୍କର ପରିଚୟ ସମ୍ପର୍କରେ କାର୍ଯ୍ୟାଳୟକୁ ସୂଚନା ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହା ସଂଗ୍ରହ ହେଲେ ସେମାନଙ୍କୁ ଭବିଷ୍ୟତରେ ସମ୍ମାନିତ କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ବକ୍ତୃତାମାଳା ରେ ଗ୍ରନ୍ଥାଗାରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories