www.samajalive.in
Monday, December 8, 2025
13.1 C
Bhubaneswar

ମହିଳା ଡିଗ୍ରୀ କଲେଜରେ ଜାତୀୟ ଶିକ୍ଷା ଦିବସ

ଆଠଗଡ଼: ଆଠଗଡ଼ସ୍ଥିତ ଗୋପବନ୍ଧୁ ମହିଳା ଡିଗ୍ରୀ କଲେଜରେ ଶନିବାର ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି। ଶିକ୍ଷା ବିଭାଗ ଅଧ୍ୟାପିକା ଟ୍ୱିଙ୍କିଲ ମିଶ୍ରଙ୍କ ସଂଯୋଜନାରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟକ୍ଷା ସଂଗୀତା ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱାଧୀନୋତ୍ତର ଭାରତ ବର୍ଷରେ ଶିକ୍ଷାର ଉନ୍ନତି ଏବଂ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଦିଗରେ ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବୁଲ କାଲାମ ଆଜାଦଙ୍କ ଅବଦାନ ଅବିସ୍ମରଣୀୟ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ଇତିହାସ ବିଭାଗ ଅଧ୍ୟାପିକା ସୂର୍ଯ୍ୟକାନ୍ତି ମହାପାତ୍ର ଅବୁଲ କାଲାମ ଆଜାଦଙ୍କ ତ୍ୟାଗପୁତ ଜୀବନୀ ସଂପର୍କରେ ଆଲୋକପାତ କରିବା ସହ ଶିକ୍ଷାର ପ୍ରଗତି ବିଶେଷକରି ଗୁଣାତ୍ମକ ଶିକ୍ଷାଦାନ ଉପରେ ତାଙ୍କର ଅବଦାନ ଅତୁଳନୀୟ ବୋଲି କହିଥିଲେ। ଭାରତରେ ସାକ୍ଷରତା ହାର କିପରି ବୃଦ୍ଧି ପାଇବ ସେ ଦିଗରେ ଶ୍ରୀ ଆଜାଦଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଏବେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ବିକାଶ ଓ ପରିବର୍ତ୍ତନ ହେବା ସହ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରଭୁତ ବିକାଶ ହୋଇଛି ବୋଲି ଅଧ୍ୟାପିକା ଶ୍ରୀମତୀ ମହାପାତ୍ର ପ୍ରକାଶ କରିଥିଲେ। ଶେଷରେ ଅଧ୍ୟାପିକା ପ୍ରତିମା ସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ କଲେଜର ଛାତ୍ରୀଙ୍କ ସମେତ ସମସ୍ତ ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହିଥିଲେ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories