www.samajalive.in
Monday, December 8, 2025
24.1 C
Bhubaneswar

ଲଘୁଚାପ ସମ୍ଭାବନା, ୧୫ ରାତିରୁ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ରୂପ ନେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଦ୍ବାରା ରାଜ୍ୟରେ ୧୫ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାତି ତାପମାତ୍ରା ୧୧.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କୋରାପୁଟ ୧୧.୭, ସେମିଳିଗୁଡା ୧୨, ଦାରିଙ୍ଗବାଡି ୧୩.୫, କିରେଇ ୧୪.୫, ଫୁଲବାଣୀରେ ୧୫ ଡିଗ୍ରୀ ରହିଛି। ଭୁବନେଶ୍ବର ଓ କଟକରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିଛି। ଗୁରୁବାର ଜି.ଉଦୟଗିରିରେ ରାତି ତାପମାତ୍ରା ୯ ଡିଗ୍ରୀ ଛୁଇଁଥିବା ବେଳେ ଶୁକ୍ରବାର ସାମାନ୍ୟ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ଦ୍ବାରା ସେଠାରେ ୧୦.୫ ଡିଗ୍ରୀ ରେକର୍ଡ କରାଯାଇଥିଲା।

- Advertisement -

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ,ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ୧୫ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଥମେ ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବା ବେଳେ ପରେ ଦିଗ ପରିବର୍ତ୍ତନ କରି ଦକ୍ଷିଣ ଆଡକୁ ମୁହାଁଇବ। ୧୫ ତାରିଖ ରାତିରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ୧୬, ୧୭ ଓ ୧୮ ତାରିଖରେ ଦକ୍ଷିଣ, ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ। ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories