www.samajalive.in
Friday, December 12, 2025
15.1 C
Bhubaneswar

ମନ୍ଦିର ପୂଜକଙ୍କୁ ହତ୍ୟା ଘଟଣା, ୨ ଯୁବତୀଙ୍କ ସମେତ ୭ଜଣଙ୍କୁ ଗିରଫ କଲା ଟାଉନଥାନା ପୁଲିସ

କୋରାପୁଟ: ମନ୍ଦିର ପୂଜକଙ୍କୁ ହତ୍ୟା ଘଟଣାରେ ୭ଜଣ ଗିରଫ ହୋଇଛନ୍ତି। ୨ ଯୁବତୀଙ୍କ ସମେତ ୭ଜଣଙ୍କୁ ଟାଉନଥାନା ପୁଲିସ ଗିରଫ କରିଛି।। ପୂଜକଙ୍କ ଘରେ କାମ କରୁଥିବା ୨ ଯୁବତୀ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଜଣାପଡ଼ିଥିବାବେଳେ ଲୁଟପାଟ ଉଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ ଘର ଭିତରେ ପଶି ହାତଗୋଡ଼ ବାନ୍ଧି ପୂଜକଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି।

ଗିରଫ ଦୁଇ ଯୁବତୀ ହେଲେ ସହରର ହାଟପଦା ଅଞ୍ଚଳର ସରସ୍ବତୀ ଜାନୀ ଓ ରଥ ଶର୍ମା କଲୋନୀ ଅଞ୍ଚଳର ରମା ଗୌଡ଼ ହୋଇଥିବାବେଳେ ସେମାନଙ୍କ ୫ ଜଣ ପୁରୁଷ ବନ୍ଧୁ ହେଲେ ନାଳଚୁଆଁ ଗାଁର ପ୍ରତାପ ଟାକରି, ଇନ୍ଦିରା କଲୋନୀର କିଶାନ ବାଗ, ପିଏଚଡି କଲୋନୀର ନୀରଜ ବେନିଆ, ହାଟପଦା ଅଞ୍ଚଳର ମହେନ୍ଦ୍ର ପାଣିଗ୍ରାହୀ ଓ ମିଶନ କମ୍ପାଉଣ୍ଡ ଅଞ୍ଚଳର ଅଶୋକ ରାୟ ବୋଲି ଜଣାପଡ଼ିଛି।

- Advertisement -

ଏମାନେ ପୂଜକଙ୍କ ଘରେ କାମ କରୁଥିଲେ। ଏହାର ଫାଇଦା ଉଠାଇ ସେମାନେ ତାଙ୍କର ଆଉ ୫ ପୁରୁଷ ସହଯୋଗୀଙ୍କ ସହ ମିଶି ଗତ ୮ ତାରିଖରେ ପୂଜକଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଥିଲେ। ଏମାନଙ୍କ ଠାରୁ ପୁଲିସ୍‌ ପୂଜକ ରମେଶଙ୍କ ଘରୁ ଲୁଟ କରାଯାଇଥିବା ନଗଦ ୧୫ ହଜାର ଟଙ୍କା, ସୁନା ଓ ରୂପା ଗହଣା, ୬ ଟି ମୋବାଇଲ, ଗୋଟାଏ ପୋଡ଼ା ହୋଇଥିବା ମୋବାଇଲ ଓ ଚାବି ପେନ୍ଥା ଜବତ କରିଛି ବୋଲି ସୂଚନା ଦେଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories