www.samajalive.in
Friday, December 12, 2025
23.1 C
Bhubaneswar

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ , ସାରା ରାଜ୍ୟରୁ ଯୋଗ ଦେବେ ୨ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’। ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ, ଗୁରୁବାର ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ମହୋତ୍ସବରେ ବ୍ଲକ୍ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ। ପ୍ରାୟ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ। ଏହି ତିନିଦିନିଆ ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’।

ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍ କାର୍ଯ୍ୟକ୍ରମଗୁଡି଼କ ଏହି ପାଭିଲିୟନ୍‌ରେ ପ୍ରଦର୍ଶିତ ହେବ। ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧିନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଦର୍ଶକମାନେ ଦେଖିପାରିବେ। ଏହି ଉତ୍ସବରେ ରାଜ୍ୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହେବ। ଜିଲାସ୍ତରରୁ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନେ ଏହିସବୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ଏହି ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀଙ୍କୁ ଉଦ୍‌ଯାପନୀ ଉତ୍ସବରେ ପୁରସ୍କୃତ କରାଯିବାର ବ୍ୟବସ୍ଥା ରହିଛି। ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ପାଇଁ ମହୋତ୍ସବରେ ଅନେକ ଆକର୍ଷଣୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

- Advertisement -

ମଙ୍ଗଳବାର ‘ସୁରଭି’ର ଉଦ୍‌ଘାଟନୀ ଉତ୍ସବରେ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିବେ।

ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରାହାଳୟ, ପଠାଣୀସାମନ୍ତ ପ୍ଲାନେଟୋରିୟମ୍ ଓ ନ୍ୟଚୁରାଲ ହିଷ୍ଟ୍ରି ଅଫ୍ ମ୍ୟୁଜିୟମ୍ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ଅପରାହ୍ଣରେ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେବେ । ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା (ଶିକ୍ଷା) ଓ ଓଡି଼ଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବେ।

ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି, ଭୁବନେଶ୍ୱର (ମଧ୍ୟ) ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି।

Hot this week

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

Related Articles

Popular Categories