www.samajalive.in
Monday, December 15, 2025
15.1 C
Bhubaneswar

କଂଗ୍ରେସ ପକ୍ଷରୁ ଡିସେମ୍ବର ପହିଲାରେ ତୁଳସୀ ଯାତ୍ରା : ଶରତ ପଟ୍ଟନାୟକ

ଭୁବନେଶ୍ୱର : ଆସନ୍ତା ଡିସେମ୍ବର ଏକ ତାରିଖ ଦିନ ତୁଳସୀ ଯାତ୍ରା କରାଯିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି ।

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ କହିଥିଲେ ଯେ ନବୀନ ସରକାର ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ହୋଇ ଛିଡ଼ା ହେଉଛନ୍ତି । ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନ ଭଣ୍ଡାରର ଗଣତି ଓ ମରାମତି ଏବଂ ବେଦାନ୍ତ ଅଧିକୃତ ଜଗନ୍ନାଥଙ୍କ ଅମୃତମଣୋହୀ ଜମି ଓ ଚାଷୀଙ୍କ ଜମିକୁ ଫେରସ୍ତ ସମେତ ଅନ୍ୟାନ୍ୟ ସମୁଦାୟ ୬ ଗୋଟି ଦାବିକୁ ନେଇ ପ୍ରଦେଶ କଂଗ୍ରେସ ପକ୍ଷରୁ ଗତ ଅକ୍ଟୋବର ୧୬ ରେ ପୁରୀ ଠାରେ ବିଶାଳ ସମାବେଶ ଓ ବିକ୍ଷୋଭ ଶୋଭାଯାତ୍ର କରାଯାଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଅକ୍ଟୋବର ୨୯ ସୁଦ୍ଧା ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା । ଯେହେତୁ ସରକାର ଏ ସମ୍ପର୍କରେ ପଦକ୍ଷେପ ନେଲେ ନାହିଁ ତେଣୁ ସେହି ୬ ଗୋଟି ଦାବିର ସମାଧାନ ନିମନ୍ତେ ସାରା ରାଜ୍ୟରେ ପ୍ରଭୁ ଜଗନ୍ନାଥଙ୍କ ସମ୍ମୁଖରେ ଗତ ନଭେମ୍ବର ୯ ତାରିଖରେ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯାଇଥିଲା। ପ୍ରଦେଶ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା ଯେ ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ, ସେହି କ୍ରମରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ ଯୁବତୀ, ଛାତ୍ର ଛାତ୍ରୀ, ହବିଷ୍ୟାଳି, ଭକ୍ତ, ମଉସା ମାଉସୀ, ଭାଇ ଭଉଣୀଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ପ୍ରତି ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ଗୋଟିଏ ଲେଖାଏଁ ଗାଡ଼ିରେ ସଂଗୃହୀତ ତୁଳସୀକୁ ଡିସେମ୍ବର ୧ ତାରିଖ ସୁଦ୍ଧା ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟକୁ ଆଣିବେ। ଡିସେମ୍ବର ୧ ତାରିଖ ଦିନ ସାରା ରାଜ୍ୟରୁ ସଂଗୃହିତ ତୁଳସୀ ଏବଂ ସଜ ତୁଳସୀ ଧରି ଶ୍ରୀକ୍ଷେତ୍ର ଅଭିମୁଖେ ତୁଳସୀ ଯାତ୍ରା କରାଯିବ। ଶ୍ରୀକ୍ଷେତ୍ରର ଶରଧାବାଲି ଠାରେ ଜଗନ୍ନାଥ ପ୍ରେମୀ ଭକ୍ତ, କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଏକତ୍ରିତ ହେବେ ଏବଂ ଶୋଭାଯାତ୍ରାରେ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ତୁଳସୀ ଅର୍ପଣ କରିବେ ।

- Advertisement -

ଏହି ସମ୍ବାଦିକ ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟିର ଅଧ୍ୟକ୍ଷ ପଞ୍ଚାନନ କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories