www.samajalive.in
Sunday, December 7, 2025
14.1 C
Bhubaneswar

କୋଠାରେ ପିଟିହେଲା ଏୟାର ଇଣ୍ଡିଆ ବିମାନ

ଇଂଲଣ୍ଡ: ଏୟାର ଇଣ୍ଡିଆର ଏକ ବିମାନ ଏକ କୋଠାରେ ପିଟି ହୋଇଛି। ଷ୍ଟକହୋମ୍‍ ଆର୍ଲଣ୍ଡା ବିମାନ ବନ୍ଦରେ ଘଟିଛି ଏହି ଘଟଣା। ତେବେ ସୌଭାଗ୍ୟବଶତଃ ବିମାନରେ ଥିବା ୧୭୯ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବିମାନଟି ଅବତରଣ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଘଟଣା ପରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବିମାନରୁ ବାହାର କରି ଟର୍ମିନାଲ୍‍ ଭିତରକୁ ନିଆଯାଇଥିଲା। ଏହାପୂର୍ବରୁ ତାମିଲନାଡ଼ରୁ ତ୍ରିଚି ବିମାନବନ୍ଦରରୁ ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ବେଳେ ଏକ ଘରର କାନ୍ଥରେ ପିଟି ହୋଇ କ୍ଷତିଗ୍ରସ୍ତ ହୋଇଥିଲା। କିନ୍ତୁ ଏ ସମ୍ପର୍କରେ ପାଇଲଟ୍‍ ଜାଣିପାରି ନଥିବାରୁ ବିମାନଟି ଆକାଶରେ ତିନିଘଣ୍ଟା ଉଡ଼ିଥିଲା। ବନ୍ଦର କର୍ତ୍ତୃପକ୍ଷ ଏ ସର୍ମ୍ପକରେ ଜାଣିବା ପରେ ବିମାନକୁ ଫେରାଇ ଆଣିବାକୁ ନିର୍ଦେଶ ଦେଇଥିଲେ। ବିମାନରେ ଥିବା ଯାତ୍ରୀମାନଙ୍କର କୌଣସି କ୍ଷତି ହୋଇନଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories