www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’। ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ ଗୁରୁବାର ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି ମହୋତ୍ସବରେ ବ୍ଲକ୍ ଓ ଜିଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀ ଯୋଗଦେବେ। ପ୍ରାୟ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ। ଏହି ତିନିଦିନିଆ ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’। ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍ କାର୍ଯ୍ୟକ୍ରମଗୁଡ଼ିକ ଏହି ପାଭିଲିୟନ୍‌ରେ ପ୍ରଦର୍ଶିତ ହେବ।

୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧୀନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଦର୍ଶକମାନେ ଦେଖିପାରିବେ। ଏହି ଉତ୍ସବରେ ରାଜ୍ୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହେବ। ଜିଲାସ୍ତରରୁ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏହିସବୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ବିଜେତା ଛାତ୍ରଛାତ୍ରୀଙ୍କୁ ଉଦ୍‌ଯାପନୀ ଉତ୍ସବରେ ପୁରସ୍କୃତ କରାଯିବାର ବ୍ୟବସ୍ଥା ରହିଛି। ମଙ୍ଗଳବାର ‘ସୁରଭି’ର ଉଦ୍‌ଘାଟନୀ ଉତ୍ସବରେ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ବର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେବେ। ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀ ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରହାଳୟ, ପଠାଣି ସାମନ୍ତ ପ୍ଲାନେଟୋରିୟମ୍ ଓ ନାଚୁରାଲ ହିଷ୍ଟ୍ରି ଅଫ୍ ମ୍ୟୁଜିୟମ୍ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ଅପରାହ୍ଣରେ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ଯୋଗ ଦେବେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories